www.samajalive.in
Saturday, December 13, 2025
23.1 C
Bhubaneswar

କରୋନା : ଭାରତରେ ମୃତକଙ୍କ ସଂଖ୍ୟା ୪ ହଜାର ୫୩୧କୁ ବୃଦ୍ଧି, ବର୍ତ୍ତମାନ ସୁଦ୍ଧା ୧,୫୮,୩୩୩ ଆକ୍ରାନ୍ତ

ନୂଆଦିଲ୍ଲୀ : ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି । କରୋନା ଭାଇରସରେ ବର୍ତ୍ତମାନ ସୁଦ୍ଧା ଭାରତରେ ୧ ଲକ୍ଷ ୫୮ ହଜାର ୩୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ​‌ବେଳେ ୪ ହଜାର ୫୩୧ ଜଣଙ୍କର ମୃତ୍ୟୁ ହୋଇଛି । ବିଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କେବଳ ୬ ହଜାର ୫୬୬ ଜଣ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୯୪ ଜଣ ବ୍ୟକ୍ତିଙ୍କର ପ୍ରାଣହାନୀ ଘଟିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଭାରତରେ ୧ ଲକ୍ଷ ୫୮ ହଜାର ୩୩୩ ଜଣ ଆକ୍ରାନ୍ତ ଥିବା ବେଳେ ୬୭ ହଜାର ୬୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି  ଏବଂ ୮୬ ହଜାର ୧୧୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଭାରତରେ ୪ ହଜାର ୫୩୧ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

- Advertisement -

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ଭାରତରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ ବର୍ତ୍ତମାନ ସୁଦ୍ଧା ୫୬ ହଜାର ୯୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୯୭ ଜଣ ଜୀବନ ହରାଇଛନ୍ତି । ଗୁଜୁରାଟରେ ୯୩୮, ମଧ୍ୟପ୍ରଦେଶରେ ୩୧୩ ଓ ପଶ୍ଚିମବଙ୍ଗରେ ୨୮୯ ଜଣ ଲୋକ ଜୀବନ ହରାଇଛନ୍ତି । ସେହିପରି ରାଜସ୍ଥାନରେ ୧୭୩, ଦିଲ୍ଲୀରେ ୩୦୩ ଓ ତାମିଲନାଡୁରେ ୧୩୩ ଜଣ ଜୀବନ ହାରିଛନ୍ତି ।

Hot this week

ପୂର୍ବରୁ ୧୩ଥର ହୋଇସାରିଛନ୍ତି , ଏବେ ପୁର୍ନବାର କାହିଁକି ?

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

Related Articles

Popular Categories