www.samajalive.in
Friday, December 12, 2025
27.1 C
Bhubaneswar

କରୋନା ଅପଡେଟ୍ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ ମୃତ, ୮୩୯୨ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ମହାମାରୀ କରୋନା ବିଶ୍ଵରେ ଭୟଙ୍କର ସ୍ଥିତି ସୃଷ୍ଟି କରିଛି । ମହାମାର କରୋନା ଭାରତରେ ମଧ୍ୟ ତାର କାୟା ବିସ୍ତାର କରିଚାଲିଛି । ଦେଶରେ ଗତ ଏକ ସପ୍ତାହ ମଧ୍ୟରେ ପ୍ରାୟ ୫୦ ହଜାର ନୂଆ ଆକ୍ରାନ୍ତ ଜିହ୍ନଟ ହେବାସହ ଭାରତ ବିଶ୍ଵ କରୋନା ମ୍ୟାପରେ ବର୍ତ୍ତମାନ ବିଶ୍ଵର ସପ୍ତମ ସ୍ଥାନରେ ପହଞ୍ଚି ସାରିଛି । ଗତ ୨୪ ଘଣ୍ଟାରେ ଭାରତରେ ରେକର୍ଡ ଭାଙ୍ଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା କାରଣ ଗତ ୨୪ ଘଣ୍ଟାରେ ଦେଶରେ ମହାମାରୀ କରୋନାରେ ୮ ହଜାର ୩୯୨ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହପରି ୨୪ ଘଣ୍ଟାରେ ଦେଶରେ ୨୩୦ ଜଣଙ୍କ ପ୍ରାଣ ନେଇଛି ମହାମାରୀ କରୋନା ଭାଇରସ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଦେଶରେ ୧ ଲକ୍ଷ ୯୦ ହଜାର ୫୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୧ ହଜାର ୮୧୯ ଜଣ ସୁସ୍ଥ ହୋଇଥିବା ବେଳେ ୫ ହଜାର ୩୯୪ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଦେଶରେ ୯୩ ହଜାର ୩୨୨ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

- Advertisement -

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତ ସଂଖ୍ୟା ୬୭ହଜାର ୬୫୫ କୁ ବୃଦ୍ଧି ପାଇଛି ।

ବିଶ୍ୱର ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ୨୧୩ ଦେଶକୁ ବ୍ୟାପି ଭୟଙ୍କର ରୂପ ନେଉଛି । କେନ୍ଦ୍ର ସରକାର କରୋନା ପାଇଁ ଅନେକ ସଚେତନତା ପାଇଁ ନିଆଯାଉଥିବା ପଦକ୍ଷେପ ସତ୍ୱେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି । ଆଜି ଲକ୍ ଡାଉନ୍ ୪.୦ ଶେଷ ହୋଇଥିବା ବେଳେ କିଛି ସ୍ଥାନରେ କୋହଳ କରାଯାଇଛି । କଣ୍ଟେନମେଣ୍ଟ ଜୋନରେ ଜୁନ୍ ୩୦ ଯାଏଁ ଲକ୍ ଡାଉନ୍ ବୃଦ୍ଧି କରାଯାଇଛି ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories