www.samajalive.in
Tuesday, December 9, 2025
17.1 C
Bhubaneswar

ଦେଶରେ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି କରୋନା ସଂକ୍ରମଣ : ଗତ ୨୪ ଘଣ୍ଟା ମଧ୍ୟରେ ୨୮ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ, ୫୦୦ ମୃତ

ନୂଆଦିଲ୍ଲୀ : ସାରା ବିଶ୍ବକୁ କବଳିତ କରି ରଖିଛି ମହାମାରୀ କରୋନା । ଭାରତରେ ମଧ୍ୟ ମହାମାରୀ କରୋନା ସ୍ଥିତି ଅନିୟନ୍ତ୍ରିତ ହେଉଛି । ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଦେଶରେ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି କରୋନା ସଂକ୍ରମଣଙ୍କ ସଂଖ୍ୟା। ପ୍ରତିଦିନ ଦେଶରେ ୨୮ ହଜାର ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେବାସହ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୯ ଲକ୍ଷର ନିକଟତର ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୨୩ ହଜାର ପାର ହେଲାଣି ।


ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣିଥରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨୮ ହଜାର ପାରକରିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮ ହଜାର ୭୦୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୫୦୦ ଜଣ ମୃତ୍ୟୁବରଣ କରିଛନ୍ତି। ମହାରାଷ୍ଟ୍ରରେ କରୋନା ସ୍ଥିତି ଭୟଙ୍କର ହେଉଛି । ମହାରାଷ୍ଟ୍ରରେ ୨ ଲକ୍ଷ ୫୦ ହଜାର ହେଲାଣି ଆକ୍ରାନ୍ତଙ୍କ ସଂଖ୍ୟା । ୧୦ ହଜାର ଟପିଲାଣି ମୃତ୍ୟୁ ସଂଖ୍ୟା।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଦେଶରେ ୮ ଲକ୍ଷ ୭୮ ହଜାର ୨୫୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଲକ୍ଷ ୫୩ ହଜାର ୪୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୨୩ ହଜାର ୧୭୪ ଜଣ ପ୍ରାଣ ହରାଇଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୧ ହଜାର ୬୦୯ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories