www.samajalive.in
Saturday, December 6, 2025
16.1 C
Bhubaneswar

୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭ ହଜାର ୮୧୬, ଦେଶରେ କରୋନା ଆରୋଗ୍ୟ ହାର ୯୩.୭୨%କୁ ବୃଦ୍ଧି

ଦେଶରେ ଗତ ୨୪ ଘଣ୍ଟାରେ ୩୭ ହଜାର ୮୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ଆରୋଗ୍ୟ ହାର ୯୩.୭୨ ପ୍ରତିଶତକୁ ବୃଦ୍ଧି ପାଇଛି। ଏହାକୁ ମିଶାଇ ଦେଶରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮୬ ଲକ୍ଷ ୪୨ ହଜାର ୭୭୧କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁଯାୟୀ କେନ୍ଦ୍ର ସରକାର ଏବଂ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକ ପକ୍ଷରୁ ଅଧିକରୁ ଅଧିକ ପରୀକ୍ଷାଗାର ସ୍ଥାପନ, ସ୍ୱତନ୍ତ୍ର କୋଭିଡ ଡାକ୍ତରଖାନା ବ୍ୟବସ୍ଥା ଓ ଚିହ୍ନଟ ବ୍ୟବସ୍ଥା ଫଳରେ ଦେଶରେ ଆରୋଗ୍ୟ ହାର ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୪୪ ହଜାର ୩୭୬ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଁ ୯୨ ଲକ୍ଷ ୨୨ ହଜାର ୨୧୬ରେ ପହଂଚିଛି।

- Advertisement -

ଦେଶରେ ଆରୋଗ୍ୟ ହାର ବୃଦ୍ଧି ସହ ମୃତ୍ୟୁ ହାର ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ ୪୮୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୪ ହଜାର ୬୯୯କୁ ବୃଦ୍ଧି ପାଇଛି। ଏବେ କରୋନା ଜନିତ ମୃତ୍ୟୁ ହାର ୧.୪୬ ପ୍ରତିଶତରେ ସ୍ଥିର ରହିଛି। ସାରା ବିଶ୍ୱରେ ଭାରତର କରୋନା ଜନିତ ମୃତ୍ୟୁ ହାର ସର୍ବନିମ୍ନ ରହିଛି। ଆଜି ସୁଦ୍ଧା ୪ ଲକ୍ଷ ୪୪ ହଜାର ୭୪୬ ଜଣ ସକ୍ରିୟ ଚିକିତ୍ସାଧୀନ ରହିଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି।

ଗତକାଲି ଗୋଟିଏ ଦିନରେ ସାରା ଦେଶରେ ଥିବା ପରୀକ୍ଷାଗାରଗୁଡ଼ିକରେ ୧୧ ଲକ୍ଷ ୫୯ ହଜାର ୩୨ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏହାକୁ ମିଶାଇ ମୋଟ କରୋନା ନମୁନା ପରୀକ୍ଷା ସଂଖ୍ୟା ୧୩ କୋଟି ୪୮ ଲକ୍ଷ ୪୧ ହଜାର ୩୦୭କୁ ବୃଦ୍ଧି ପାଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories