www.samajalive.in
Tuesday, December 9, 2025
15.1 C
Bhubaneswar

କରୋନା ଅପଡେଟ୍ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୪ ମୃତ, ୮୧୭୧ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଭାରତରେ ଜଟିଳ ହେବାରେ ଲାଗିଛି ମହାମାରୀ କରୋନାର ସ୍ଥିତି । ଦେଶରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବିଶ୍ଵର କରୋନା ତାଲିକାରେ ଭାରତ ସପ୍ତମ ସ୍ଥାନରେ ରହିଛି । ଭାରତରେ ବର୍ତ୍ତମାନ ପରିସ୍ଥିତିରେ ଯେପରି ଭାବେ ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେଥିରୁ ଜଣାପଡୁଛି ଖୁବ୍ ଶିଘ୍ର ଭାରତ ବିଶ୍ଵ କରୋନା ସଂକ୍ରମିତ ଦେଶ ତାଲିକାରେ ଏକ ନମ୍ବରରେ ଥିବା ଆମେରିକାରକୁ ବି ପଛରେ ପକାଇଦେବ । କାରଣ ବିଶ୍ଵ କରୋନା ତାଲିକାରେ ୧୦ ନମ୍ବରରେ ଥିବା ଭାରତକୁ ସପ୍ତମ ସ୍ଥାନକୁ ଯିବା ପାଇଁ ମାତ୍ର ଏକ ସପ୍ତାହ ଲାଗିଥିଲା ।

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଉଦବେଗଜନକ ଭାବେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୮୧୭୧ ଟି ନୂଆ କରୋନା ଆକ୍ରାନ୍ତଙ୍କ ମାମଲା ସାମନାକୁ ଆସିଛି। ଏହାସହ ୨୦୪ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ୱେବସାଇଟରେ ସୂଚନା ଦିଆଯାଇଛି ।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଦେଶରେ  ୧ଲକ୍ଷ ୯୮ ହଜାର ୭୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ହଜାର ୫୯୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୫ ହଜାର ୫୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବର୍ତ୍ତମାନ ଦେଶରେ ୯୭ ହଜାର ୫୮୧ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories