www.samajalive.in
Saturday, December 6, 2025
14.1 C
Bhubaneswar

ଦେଶରେ ଆଉ ୨,୮୪୧ ନୂଆ ସଂକ୍ରମିତ ଚିହ୍ନଟ; ଆରୋଗ୍ୟ ହାର ୯୮.୭୪%

ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ଅତିକ୍ରମ କରୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨ ହଜାର ୮୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୧,୧୬,୨୫୪ରେ ପହଞ୍ଚିଛି। ସେହିପରି ୩ ହଜାର ୨୯୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ମୋଟ ୪,୨୫,୭୩,୪୬୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୪% ରହିଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୪,୧୯୦ରେ ପହଞ୍ଚିଛି। ମୃତ୍ୟୁହାର ୧.୨୨% ରହିଛି। ୧୮, ୬୦୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୪%। ଦିନକ ପୂର୍ବରୁ ୪,୮୬,୬୨୮ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୪,୨୯,୪୪,୭୯୫ ନମୁନା ପରୀକ୍ଷା କରାଯାଇଛି।

ସେହିପରି ଦିନକ ପୂର୍ବରୁ ୧୪,୦୩,୨୨୦ ଟିକା ନେଇଥିବା ବେଳେ ଏଯାଏଁ ମୋଟ ୧,୯୦,୯୯,୪୪,୮୦୩ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୭,୯୯,୭୨୫ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories