www.samajalive.in
Saturday, December 6, 2025
16.1 C
Bhubaneswar

ଦେଶରେ କମୁଛି ସଂକ୍ରମଣ, ବଢୁଛି ସୁସ୍ଥତା ହାର: ୨୪ ଘଣ୍ଟାରେ ୧୦୯୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହାର କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦୯୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୧ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏନେଇ ରବିବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ନୂତନ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୮,୧୩୧ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ହୋଇଥିବା ୮୧ ମୃତ୍ୟୁକୁ ମିଶାଇ ଭାରତରେ ମୋଟ୍ କରୋନାଜନିତ ମୃତ୍ୟୁସଂଖ୍ୟା ୫,୨୧,୩୪୫ରେ ପହଞ୍ଚିଛି।

ଅପରପକ୍ଷେ, ଗତ ୨୪ ଘଣ୍ଟାରେ ୧୪୪୭ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ୪,୨୪,୯୩,୭୭୩ ଲୋକ କରୋନାରୁ ସୁସ୍ଥ ହୋଇଛନ୍ତି। ଏବେ ଦେଶରେ ୧୩୦୧୩ ସକ୍ରିୟ ସଂକ୍ରମିତ ରହିଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୪,୬୬,୮୬,୨୬୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

- Advertisement -

 

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories