www.samajalive.in
Tuesday, December 9, 2025
17.1 C
Bhubaneswar

ଆଉ ୧୩ ହଜାର ୮୨୩ କୋରୋନା ଆକ୍ରାନ୍ତ ଚିହ୍ନଟ : ସକ୍ରିୟ ଆକ୍ରାନ୍ତ ହାର ୧.୮୬ ପ୍ରତିଶତ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧୩ ହଜାର ୮୨୩ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫ ଲକ୍ଷ ୯୫ ହଜାର ୬୬୦କୁ ବୃଦ୍ଧି ପାଇଛି । ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୯୭ ହଜାର ୨୦୧ ରହିଛି । ସକ୍ରିୟ ଆକ୍ରାନ୍ତ ହାର ୧.୮୬ ପ୍ରତିଶତକୁ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୬ ହଜାର ୯୮୮ ସୁସ୍ଥ ହେବା ପରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୪୫ ହଜାର ୭୪୧କୁ ବୃଦ୍ଧି ପାଇଛି। ଦେଶରେ କରୋନା ଆରୋଗ୍ୟ ହାର ୯୬.୭୦ ପ୍ରତିଶତକୁ ବୃଦ୍ଧି ପାଇଛି ।
ସେହିପରି ଦେଶରେ ଗତ ୨୪ ଘଣ୍ଟାରେ ୧୬୨ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୭୧୮ରେ ପହଞ୍ଚିଛି। ଦେଶରେ କରୋନା ଜନିତ ମୃତ୍ୟୁ ହାର ୧.୪୪ ପ୍ରତିଶତ ରହିଛି ।
କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories