www.samajalive.in
Monday, December 8, 2025
27.1 C
Bhubaneswar

ହ୍ରାସ ପାଉଛି ସଂକ୍ରମଣ : ୩୬ ହଜାର ୮୩ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬ ହଜାର ୮୩ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୧ ଲକ୍ଷ ୯୨ ହଜାର ୫୭୬କୁ ବୃଦ୍ଧି ପାଇଛି। ସେହିପରି ଦିନକ ମଧ୍ୟରେ ୩୭ ହଜାର ୯୨୭ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୩ ଲକ୍ଷ ୭୬ ହଜାର ୧୫ରେ ପହଞ୍ଚିଛି। ଦେଶରେ ଆରୋଗ୍ୟ ହାର ୯୭.୪୬% ରହିଛି । ଅନ୍ୟପକ୍ଷରେ ଦିନକରେ ଆଉ  ୪୯୩ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୧ ହଜାର ୨୨୫ରେ ପହଞ୍ଚିଛି।

ଦେଶରେ  ବର୍ତ୍ତମାନ ୩ ଲକ୍ଷ ୮୫ ହଜାର ୩୩୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଦେଶରେ ଦୈନିକ ସଂକ୍ରମଣ ହାର ୧.୮୮% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୦% ରହିଛି। ଦେଶରେ ମୋଟ ୪୯.୩୬ କୋଟି ନମୁନା ପରୀକ୍ଷା କରାଯାଇଛି ଏବଂ ଏହି ସମୟ ମଧ୍ୟରେ ୫୪.୩୮କୋଟି ପାନ ଟିକା ଦିଆଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories