ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୦, ୯୪୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୪ ଲକ୍ଷ ୨୪ ହଜାର ୨୩୪କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୦୩ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୪ ହଜାର ୩୬୭କୁ ବୃଦ୍ଧି ପାଇଛି।
ସେହିପରି ଦିନକରେ ଆଉ ୩୮,୪୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହ ମୋଟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୬ ଲକ୍ଷ ୩୬ ହଜାର ୪୬୯ରେ ପହଞ୍ଚିଛି। ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୩ ହଜାର ୩୯୮ ରହିଛି।



