www.samajalive.in
Friday, December 5, 2025
17.1 C
Bhubaneswar

ଦେଶରେ ଆଉ ୧୪ ହଜାର ୧୪୬ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୧୪ ହଜାର ୧୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୬୭ ହଜାର ୭୧୯କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୪୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୨ ହଜାର ୧୨୪ରେ ପହଞ୍ଚିଛି। ଦିନକରେ ଆଉ ୧୯ ହଜାର ୭୮୮ ଜଣ ସୁସ୍ଥ ହୋଇଛନ୍ତି। ଏହାସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ କୋଟି ୩୪ ଲକ୍ଷ ୧୯ ହଜାର ୭୪୯ରେ ପହଞ୍ଚିଛି। ୧ ଲକ୍ଷ ୯୫ ହଜାର ୪୮୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୪ ଘଣ୍ଟାରେ ୪୧ ଲକ୍ଷ ୨୦ ହଜାର ୭୭୨ ଡୋଜ ଟିକା ଦିଆଯାଇଥିବା ବେଳେ ଏପର୍ଯ୍ୟନ୍ତ ମୋଟ ୯୭ କୋଟି ୬୫ ଲକ୍ଷ ୮୯ ହଜାର ୫୪୦ ଡୋଜ ଟିକା ଦିଆଯାଇ ସାରିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories