www.samajalive.in
Monday, December 8, 2025
17.1 C
Bhubaneswar

ଦେଶରେ ଖସୁଛି ସଂକ୍ରମଣ: ଦିନକରେ ୬୯୯୦ ନୂଆ ସଂକ୍ରମିତ ଚିହ୍ନଟ; ୧୯୦ ମୃତ

ନୂଆଦିଲ୍ଲୀ: ଦେଶରେ ଗତ କିଛିଦିନ ଧରି ଦୈନିକ କରୋନା ସଂକ୍ରମଣ ସ୍ଥିତିରେ ହ୍ରାସ ପରିଲକ୍ଷିତ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୯୯୦ ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏଥିସହିତ ଦିନକ ମଧ୍ୟରେ ୧୦,୧୧୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂପ୍ରତି ୧,୦୦,୫୪୩ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି । ଦୈନିକ ସଂକ୍ରମଣ ହାର ୦.୬୯% ଏବଂ ସାପ୍ତାହିକ ସଂକ୍ରମଣ ୦.୮୪% ରହିଛି । ସେହି ସମୟରେ କରୋନାରୁ ଆରୋଗ୍ୟ ହାର ୯୮.୩୫%କୁ ବୃଦ୍ଧିପାଇଛି, ଯାହା ୨୦୨୦ ମାର୍ଚ୍ଚ ପରବର୍ତ୍ତୀ ସମୟରେ ସର୍ବାଧିକ ରହିଛି । ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୯୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪,୬୮,୯୮୦କୁ ବୃଦ୍ଧିପାଇଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୬୪.୧୩ କୋଟି ନମୁନା ପରୀକ୍ଷା କରାଯାଇଛି । ଏଥିସହିତ ସୋମବାର ସଂଧ୍ୟା ସୁଦ୍ଧା ମୋଟ ୧୨୩.୨୫ କୋଟି ପାନ କୋଭିଡ ଟିକା ଦିଆଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories