www.samajalive.in
Friday, December 5, 2025
20.1 C
Bhubaneswar

ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ, ବୁମରାଙ୍କ ଘାତକ ବୋଲିଂ; ଆଫଗାନିସ୍ତାନକୁ ହରାଇଲା ଭାରତ

ସମାଜ ଡିଜିଟାଲ ଡେସ୍କ: ଟି-୨୦ ବିଶ୍ୱକପର ସୁପର-୮ ମ୍ୟାଚରେ ଭାରତ ଆଫଗାନିସ୍ତାନକୁ ୪୭ ରନରେ ପରାସ୍ତ କରିଛି। ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୮ ୱିକେଟ ହରାଇ ୧୮୧ ରନ୍‌‌ ସଂଗ୍ରହ କରିଥିଲା। ଏହାର ଜବାବରେ ଆଫଗାନିସ୍ତାନ ୨୦ ଓଭରରେ ସମସ୍ତ ୱିକେଟ ହରାଇ ୧୩୪ ରନ ସଂଗ୍ରହ କରିପାରିଥିଲା।

ଭାରତ ପ୍ରଥମେ ବ୍ୟାଟିଂ କରି ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକୀୟ ଇନିଂସ(୫୩), ରିଷଭ ପନ୍ତଙ୍କ ୨୦ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଗୁରୁତ୍ୱପୂର୍ଣ୍ଣ ୩୨ ରନ ବଳରେ ୧୮୧ ରନ୍‌‌ ସଂଗ୍ରହ କରିବାରେ ସକ୍ଷମ ହୋଇଥିଲା। ଆଫଗାନିସ୍ତାନ ବୋଲର ଫଜଲାକ ଫାରୁକୀ ଏବଂ ରସିଦ ଖାନ ୩ଟି ଲେଖାଏ ୱିକେଟ ନେଇଥିଲେ।

- Advertisement -

୧୮୨ ରନର ଟାର୍ଗେଟକୁ ପିଛା କରି ପଡ଼ିଆକୁ ଓହ୍ଲାଇଥିବା ଆଫଗାନିସ୍ତାନ ଦଳ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଏହା ପରେ କୌଣସି ଖେଳାଳି ସ୍ଥିତି ସମ୍ଭାଳିବାର ସକ୍ଷମ ହୋଇପାରି ନ ଥିଲେ। ଭାରତୀୟ ବୋଲର ଯଶପ୍ରୀତ ବୁମରା ଏବଂ ଅର୍ଶଦୀପ ସିଂହଙ୍କ ଘାତକ ବୋଲି ଯୋଗୁ ଦଳ କ୍ରମାଗତ ବ୍ୟବଧାନରେ ଗୋଟିଏ ପରେ ଗୋଟିଏ ୱିକେଟ ହରାଇ ଚାଲିଥିଲା। ବୁମରା ଏବଂ ଅର୍ଶଦୀପ ୩ଟି ଲେଖାଏ ୱିକେଟ ଅକ୍ତିଆର କରିଥିଲେ। ଆଫଗାନିସ୍ତାନର ଅଜମାତୁଲ୍ଲା ଓମାରଜାଇ ସର୍ବାଧିକ ୨୬ ରନ୍‌‌ ସଂଗ୍ରହ କରିଥିଲେ। ଜୁନ ୨୨ରେ ଭାରତ ସୁପର ୮ ମୁକାବିଲାରେ ବାଂଲାଦେଶକୁ ଭେଟିବ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories