www.samajalive.in
Saturday, December 6, 2025
26.1 C
Bhubaneswar

୨୪ ଘଣ୍ଟାରେ ଦେଶରେ ୧୮,୭୧୧ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଚିନ୍ତା ବଢାଉଛି କରୋନା। ଦେଶରେ ପୁଣି ବୃଦ୍ଧି ପାଉଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୧୮,୭୧୧ ନୂଆ ମାମଲା‌ ସାମ୍ନାକୁ ଆସିଛି। ଏହା ସହ କୋଭିଡ୍‌-୧୯ ସଂକ୍ରମଣ ଯୋଗୁଁ ୧୦୦ ଲୋକଙ୍କ ମୃତ୍ୟୁ ଘଟିଛି। ରବିବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଏନେଇ ସୂଚନା ଦେଇଛି।

ମିଳିଥିବା ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୧୮, ୭୧୧ କରୋନା ଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୨,୧୦,୭୯୯ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ହୋଇଥିବା ୧୦୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୭୫୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୩୯୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୬୮,୫୨୦। ଏହାବ୍ୟତୀତ ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୮୪,୫୨୩।

- Advertisement -

 

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories