www.samajalive.in
Monday, December 15, 2025
26.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୩.୨୩ ଲକ୍ଷ ନୂଆ ସଂକ୍ରମିତ; ୨୭୭୧ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୩ ଲକ୍ଷ ୨୩ ହଜାର ୧୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ସେହି ସମୟରେ ୨୭୭୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଦେଶରେ କ୍ରମାଗତ ଷଷ୍ଠ ଦିନ ପାଇଁ ନୂଆ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ଉପରେ ରହିଛି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧.୭୬ କୋଟିରୁ ଅଧିକ ହୋଇଛି। ସେହିଭଳି ମୃତକଙ୍କ ସଂଖ୍ୟା ୧,୯୭,୮୯୪କୁ ବୃଦ୍ଧିପାଇଛି। ଗତକାଲି ଗୋଟିଏ ଦିନରେ ମହାରାଷ୍ଟ୍ରରୁ ସର୍ବାଧିକ ୪୮,୭୦୦ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥିରେ ପୂର୍ବାପେକ୍ଷା ସାମାନ୍ୟ ହ୍ରାସ ପରିଲକ୍ଷିତ ହୋଇଛି। ମହାରାଷ୍ଟ୍ର ସହିତ କେରଳ, କର୍ଣ୍ଣାଟକ, ଉତ୍ତର ପ୍ରଦେଶ, ତାମିଲନାଡୁ ଏବଂ ଦିଲ୍ଲୀ ଆଦି ସ୍ଥାନରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୋମବାର ଦିନ ଦିଲ୍ଲୀରେ ଗୋଟିଏ ଦିନରେ ସର୍ବାଧିକ ୩୮୦ ଜଣଙ୍କର କରୋନା ଜନିତ ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ଦିଲ୍ଲୀରୁ ନୂଆ ୨୦,୨୦୧ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଦେଶର ବିଭିନ୍ନ ସ୍ଥାନରେ କୋଭିଡ ପରୀକ୍ଷା ସଂଖ୍ୟା ହ୍ରାସ ପାଇଥିବାରୁ ଚିହ୍ନଟ ସଂକ୍ରମିତଙ୍କ ସଂଖ୍ୟା କମ୍‍ ରହୁଥିବା ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories