www.samajalive.in
Sunday, December 7, 2025
26.1 C
Bhubaneswar

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି : ଗତ ୨୪ ଘଣ୍ଟାରେ ସର୍ବାଧିକ ୧୯ ହଜାର ଆକ୍ରାନ୍ତ ଚିହ୍ନଟ, ୪୧୦ ମୃତ

ନୂଆଦିଲ୍ଲୀ : ମହାମାରୀ କରୋନା ଭାରତରେ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି। ଧିରେ ଧିରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ପ୍ରତ୍ୟେକ ଦିନ ରେକର୍ଡ ଭାଙ୍ଗୁଛି କରୋନା । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୮୫୯ ରେ ପହଞ୍ଚି ସାରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନୁସାରେ  ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୧୯ ହଜାର ୯୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ସେହିପରି ଗତ ୨୪ ଘଣ୍ଟାରେ ୪୧୦ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି।


କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ବାରା ଦିଆଯାଇଥିବା ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ଦେଶରେ ୫ ଲକ୍ଷ ୨୮ ହଜାର ୮୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩ ଲକ୍ଷ ୯ ହଜାର ୭୧୩ ଜଣ ସୁସ୍ଥ ହୋଇଥିବା ବେଳେ ୧୬ ହଜାର ୯୫ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ଦେଶରେ ୨ ଲକ୍ଷ ୩ ହଜାର ୫୧ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories