www.samajalive.in
Thursday, December 11, 2025
14.1 C
Bhubaneswar

ଜୟଶଙ୍କର-ପମ୍ପିଓ ଆଲୋଚନା, ସ୍ଥିରତା ଏବଂ ସମୃଦ୍ଧି ପାଇଁ ମିଳିତ ଭାବେ କାର୍ଯ୍ୟ କରିବେ

ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ତାଙ୍କ ଆମେରିକୀୟ ପ୍ରତିପକ୍ଷ ମାଇକ ପମ୍ପିଓଙ୍କ ସହ ସାକ୍ଷାତ ଆଲୋଚନା କରିବା ପରେ କହିଛନ୍ତି ଯେ ଭାରତ ଏବଂ ଆମେରିକା ପ୍ରଶାନ୍ତ ମହାସାଗରୀୟ ଅଂଚଳରେ ସ୍ଥିରତା ଏବଂ ସମୃଦ୍ଧି ପାଇଁ ମିଳିତ ଭାବେ କାର୍ଯ୍ୟ କରିବେ। ଜୟଶଙ୍କର ଟ୍ୱିଟରରେ ଲେଖିଛନ୍ତି, ‘ପମ୍ପିଓଙ୍କ ସହ ଦ୍ୱିପାକ୍ଷିକ ବୈଠକ ସହିତ ମୋର ଟୋକିଓ ଗସ୍ତ ଆରମ୍ଭ ହୋଇଛି। ଅନେକ କ୍ଷେତ୍ରରେ ଆମର ସହଭାଗୀତାର ଅଗ୍ରଗତି ଦେଖି ଖୁସି। ଭାରତ-ପ୍ରଶାନ୍ତ ମହାସାଗରୀୟ ଅଂଚଳରେ ସ୍ଥିରତା ଏବଂ ସମୃଦ୍ଧି ପାଇଁ ଆମେ ମିଳିତ ଭାବେ କାର୍ଯ୍ୟ କରିବୁ।’

- Advertisement -

ଆମେରିକା, ଅଷ୍ଟ୍ରେଲିଆ ଏବଂ ଜାପାନର ଦ୍ୱିତୀୟ ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ଯୋଗଦେବା ପାଇଁ ପମ୍ପିଓ ଏବଂ ଜୟଶଙ୍କର ଟୋକିଓରେ ଅଛନ୍ତି। ପ୍ରଶାନ୍ତ ମହାସାଗରୀୟ ଅଂଚଳରେ ଚୀନ୍‌ର ବୃଦ୍ଧି ପାଉଥିବା ସାମରିକ କାର୍ଯ୍ୟକଳାପ ଦୃଷ୍ଟିରୁ ଏହି ବୈଠକର ଗୁରୁତ୍ୱ ରହିଛି। ଭାରତ ଏବଂ ଚୀନ୍ ମଧ୍ୟରେ ସୀମା ତିକ୍ତତା ମଧ୍ୟରେ ଏହା ୪ଟି ଦେଶର ବୈଦେଶିକ ମନ୍ତ୍ରୀଙ୍କ ପ୍ରଥମ ବୈଠକ ହେଉଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories