www.samajalive.in
Friday, December 5, 2025
23.1 C
Bhubaneswar

ଦେଶରେ ପଞ୍ଚମ ପର୍ଯ୍ୟାୟ ଭୋଟ: ୪୯ ଲୋକସଭା ଆସନରେ ଚାଲିଛି ମତଦାନ

ନୂଆଦିଲ୍ଲୀ: ଦେଶରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାର ମତଦାନ ଅନୁଷ୍ଠିତ ହେଉଛି। ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୪୯ଟି ଲୋକସଭା ସିଟ୍‌‌ ପାଇଁ ମତଦାନ ଗ୍ରହଣ କରାଯାଉଛି। ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ବୁଥରେ ଭୋଟରଙ୍କ ଭିଡ଼ ଦେଖିବାକୁ ମିଳୁଛି। ପଞ୍ଚମ ପର୍ଯ୍ୟାୟରେ ବହୁ ହେବିୱେଟ୍‌‌ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର। ସେମାନଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ, ସ୍ମୃତି ଇରାନୀ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କ ସମେତ ଅନ୍ୟ କେତେ ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏହି ପର୍ଯ୍ୟାୟରେ ମୋଟ ୬୯୫ଜଣ ପ୍ରାର୍ଥୀ ମଇଦାନରେ ରହିଛନ୍ତି। ବିହାରରୁ ୫ଆସନ, ଜମ୍ମୁ-କାଶ୍ମୀରର ୧, ଝାଡଖଣ୍ଡର ୩, ଲଦାଖର ୧, ମହାରାଷ୍ଟ୍ରର ୧୩, ଉତ୍ତରପ୍ରଦେଶ ୧୪ ଆସନ, ପଶ୍ଚିମବଙ୍ଗର ୭ଆସନ ସମେତ ଓଡ଼ିଶାରେ ୫ଟି ଲୋକସଭା ଆସନରେ ମତଦାନ ହେଉଛି।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories