www.samajalive.in
Tuesday, December 9, 2025
15.1 C
Bhubaneswar

ଦ୍ବିତୀୟ ଦିନିକିଆ : ଷ୍ଟାର୍କଙ୍କ ଘାତକ ବୋଲିଂରେ ଘାଇଲା ଭାରତୀୟ ଦଳ, ୧୧୭ରେ ଅଲ୍‌ଆଉଟ୍‌

ବିଶାଖାପାଟଣା: ବିଶାଖାପାଟଣାରେ ରବିବାର ଖେଳାଯାଉଥିବା ଭାରତ-ଅଷ୍ଟ୍ରେଲିଆ ଦ୍ବିତୀୟ ଦିନିକିଆ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୧୧୭ ରନ୍‌ରେ ଅଲ୍‌ଆଉଟ୍‌ ହୋଇଛି। ଫଳରେ ଅଷ୍ଟ୍ରେଲିଆକୁ ୧୧୮ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ଡ. ୱାଇଏସ୍‌ ରାଜଶେଖର ରେଡ୍ଡୀ ଷ୍ଟାଡିୟମ୍‌ରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ମିଚେଲ ଷ୍ଟାର୍କଙ୍କ ଘାତକ ବୋଲିଂରେ ଭାରତୀୟ ଦଳ ଘୋର ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ୨୬ ଓଭରରେ ସମସ୍ତ ୱିକେଟ୍‌ ହରାଇ ୧୧୭ ରନ୍‌ ସଂଗ୍ରହ କରିଛି ଭାରତ।

ଦଳ ପକ୍ଷରୁ ଷ୍ଟାର୍କ ୫ଟି ୱିକେଟ ନେଇଥିବା ବେଳେ ସେନ ଆବୋଟ ୩ଟି ଓ ଏଲିସ ୨ଟି ସଫଳତା ପାଇଛନ୍ତି। ଭାରତ ପକ୍ଷରୁ ବିରାଟ କୋହଲି ସର୍ବାଧିକ ୩୧ ରନ କରିଥିବା ବେଳେ ଅକ୍ଷର ପଟେଲ ୨୯, ରବୀନ୍ଦ୍ର ଜାଡେଜା ୧୬ ଓ ରୋହିତ ଶର୍ମା କେବଳ ୧୩ ରନ କରିଛନ୍ତି। ଏହି ୪ ଜଣଙ୍କ ବ୍ୟତୀତ ଭାରତର ଆଉ କୌଣସି ଖେଳାଳି ଦୁଇ ଅଙ୍କ ଛୁଇଁବାକୁ ସକ୍ଷମ ହୋଇ ନାହାନ୍ତି, ଯାହା ଭାରତୀୟ ପ୍ରଶଂସକଙ୍କୁ ଖୁବ୍‌ ନିରାଶ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories