www.samajalive.in
Sunday, December 14, 2025
19.1 C
Bhubaneswar

ଆଜି ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ମୁକାବିଲା

ଲଣ୍ଡନ: ୨୦୧୯ କ୍ରିକେଟ ବିଶ୍ଵକପ୍‌ରେ ମଙ୍ଗଳବାର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ଅନୁଷ୍ଠିତ ହେବ। ସର୍ବାଧିକ ପଏଣ୍ଟ ହାସଲ କରି ପ୍ରଥମ ସ୍ଥାନରେ ରହିଥିବା ଟିମ୍‌ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ଭେଟିବ। ଟାଇଟଲ ହାତେଇବା ଲାଗି ଉଭୟ ଟିମ୍‌ ଦାବିଦାର ଥିବାରୁ କଡ଼ା ମୁକାବିଲା ହେବାର ସମ୍ଭାବନା ରହିଛି। ମଞ୍ଚେଷ୍ଟରରେ ଏହି ମ୍ୟାଚ୍‌ ଖେଳାଯିବ। ପୂର୍ବରୁ ଏହି ଗ୍ରାଉଣ୍ଡରେ ଟିମ୍‌ ଇଣ୍ଡିଆ ତା’ର ପାରମ୍ପରିକ ପ୍ରତିଦ୍ବନ୍ଦୀ ପାକିସ୍ତାନକୁ ହରାଇଥିବାରୁ ମ୍ୟାଚ୍‌ରେ ଭାରତ ଭଲ ପ୍ରଦର୍ଶନ କରିବା ସହିତ ନ୍ୟୁଜିଲାଣ୍ଡକୁ ମାତ୍‌ ଦେଇ ଫାଇନାଲରେ ନିଜର ସ୍ଥାନ ପକ୍କା କରିବ ବୋଲି ପ୍ରଶଂସକମାନେ ଆଶାବାଦୀ ରହିଛନ୍ତି। ଅନ୍ୟପଟେ ବିଶ୍ଵକପ୍‌ରେ ଉଭୟ ଟିମ୍ ପରସ୍ପରକୁ ୮ଥର ଭେଟିଥିବାବେଳେ ନ୍ୟୁଜିଲାଣ୍ଡ ୪ଟି ମ୍ୟାଚରେ ଏବଂ ଭାରତ ୩ଟିରେ ବିଜୟ ହାସଲ କରିଛି। ଗୋଟିଏ ମ୍ୟାଚ୍‌ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories