www.samajalive.in
Sunday, December 7, 2025
26.1 C
Bhubaneswar

ଏସୀୟ କ୍ରୀଡ଼ା: ଭାରତକୁ ତୃତୀୟ ସ୍ବର୍ଣ୍ଣ, ୪୧ ବର୍ଷ ପରେ ଅଶ୍ୱ ଚାଳନାରେ ରେକର୍ଡ଼

ହାଙ୍ଗଝୌ: ଚୀନର ହାଙ୍ଗଝୌରେ ଚାଲିଥିବା ୧୯ତମ ଏସୀୟ କ୍ରୀଡ଼ାରେ ମଙ୍ଗଳବାର ଭାରତକୁ ମିଳିଛି ତୃତୀୟ ସ୍ବର୍ଣ୍ଣ ପଦକ। ଦୀର୍ଘ ୪୧ ବର୍ଷ ପରେ ଅଶ୍ୱ ଚାଳନାରେ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛି ଭାରତ। ଭାରତୀୟ ଅଶ୍ବାରୋହୀ ସୁଦୀପ୍ତି ହଜେଲା, ଦିବ୍ୟକୀର୍ତ୍ତି ସିଂହ, ଅନୁଶ ଅଗ୍ରୱାଲ ଏବଂ ହୃଦୟ ଛେଡା ଚମତ୍କାର ପ୍ରଦର୍ଶନ କରି ଟିମ୍‌ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଭାରତ ୨୦୯.୨୦୫ ପଏଣ୍ଟ ସହ ପ୍ରଥମ ସ୍ଥାନରେ ରହିଥିବା ବେଳେ ଚୀନ ୨୦୪.୮୮୨ ପଏଣ୍ଟ ସହ ଦ୍ବିତୀୟ ଓ ହଂକଂ ୨୦୪.୮୫୨ ପଏଣ୍ଟ ସହ ତୃତୀୟ ସ୍ଥାନରେ ରହିଛି।

ଏହାପୂର୍ବରୁ ସୋମବାର ଭାରତୀୟ ମହିଳା କ୍ରିକେଟ୍ ଦଳ ସ୍ୱର୍ଣ୍ଣ ପଦକ ଜିତିଥିଲା। ଫାଇନାଲରେ ଭାରତୀୟ ମହିଳା ଦଳ ଶ୍ରୀଲଙ୍କାକୁ ୧୯ ରନରେ ପରାସ୍ତ କରି ସ୍ବର୍ଣ୍ଣ ନିଜ ନାଁରେ କରିଥିଲା। ଏହାପୂର୍ବରୁ ଭାରତ ସୁଟିଂରେ ସ୍ୱର୍ଣ୍ଣ ପଦକ ଜିତିଥିଲା। ବର୍ତ୍ତମାନ ସୁଦ୍ଧା ଭାରତ ମୋଟ ୧୪ଟି ପଦକ ହାସଲ କରି ଷଷ୍ଠ ସ୍ଥାନରେ ରହିଛି। ଭାରତ ପାଖରେ ୩ଟି ସ୍ୱର୍ଣ୍ଣ, ୪ଟି ରୌପ୍ୟ ଏବଂ ୭ଟି କାଂସ୍ୟ ପଦକ ରହିଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories