www.samajalive.in
Tuesday, December 9, 2025
15.1 C
Bhubaneswar

ଭୁବନେଶ୍ବରରେ ପହଞ୍ଚିଲେ ଭାରତୀୟ ଓ ୱେଷ୍ଟଇଣ୍ଡିଜ୍ କ୍ରିକେଟ୍ ଦଳ

ଭୁବନେଶ୍ବର: ଆସନ୍ତା ୨୨ ତାରିଖରେ କଟକ ବାରବାଟୀରେ ଅନୁଷ୍ଠିତ ହେବାକୁ ଥିବା ୱାନ୍‌ ଡେ ମୁକାବିଲା ପାଇଁ ଗୁରୁବାର ଭାରତୀୟ ଓ ୱେଷ୍ଟଇଣ୍ଡିଜ୍ କ୍ରିକେଟ୍‌ ଦଳ ଭୁବନେଶ୍ବରରେ ପହଞ୍ଚିଛନ୍ତି। ସ୍ବତନ୍ତ୍ର ବିମାନ ଯୋଗେ ଉଭୟ ଦଳ ବିଶାଖାପାଟଣାରୁ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ।

- Advertisement -

ଓଡ଼ିଶା କ୍ରିକେଟ ଆସୋସିଏଶନ ଅଧିକାରୀ, ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସମେତ ପୁଲିସ ସେମାନଙ୍କୁ ବିମାନ ବନ୍ଦରରୁ ସ୍ବାଗତ କରିଥିଲେ। ଏହାପରେ ସିଧା ସେମାନଙ୍କୁ ହୋଟେଲ ମେ ଫେୟାର୍‌କୁ ନିଆଯାଇଛି।

ବିସିସିଆଇର ସ୍ୱତନ୍ତ୍ର ନିର୍ଦ୍ଦେଶ ଅନୁସାରେ ହୋଟେଲର ୯୦ଟି ରୁମ୍ ବୁକ୍ ହୋଇଛି। ଖେଳାଳିଙ୍କ ପାଇଁ ହୋଟେଲକୁ ସ୍ୱତନ୍ତ୍ରଭାବେ ମଧ୍ୟ ସଜା ଯାଇଛି।

ସୂଚନାଯୋଗ୍ୟ, ଆସନ୍ତା ୨୨ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ତଥା ସିରିଜର ନିର୍ଣ୍ଣାୟକ ଦିନିକିଆ ଖେଳାଯିବ। ସିରିଜ ଏବେ ୧-୧ ସ୍ତରରେ ରହିଛି। ଯେଉଁ ଦଳ ଏଠାରେ ମ୍ୟାଚ୍ ଜିତିବ, ସେହି ଦଳ ହିଁ ସିରିଜ୍‌ ହାତେଇବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories