www.samajalive.in
Monday, December 8, 2025
27.1 C
Bhubaneswar

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ପାଇଲଟ୍‌ ନିଖୋଜ

ଇଟାନଗର: ଅରୁଣାଞ୍ଚଳପ୍ରଦେଶରେ ଗୁରୁବାର ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ମଣ୍ଡଲା ପାହାଡ଼ ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ପାଇଲଟ୍‌ ଘଟଣାସ୍ଥଳରୁ ନିଖୋଜ ଥିବା ବେଳେ ତାଙ୍କୁ ଖୋଜିବା ପାଇଁ ସେନା ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି।

ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୯ଟା ୧୫ ସମୟରେ ହେଲିକପ୍ଟରଟି ଅରୁଣାଚଳପ୍ରଦେଶର ବୋମ୍‌ଡିଲା ନିକଟରୁ ଏକ ପରୀକ୍ଷାମୂଳକ ଉଡ଼ାଣ ଭରିଥିଲା ​​ଏବଂ ଏହାର କିଛି ସମୟ ପରେ ଏୟାର ଟ୍ରାଫିକ କଣ୍ଟ୍ରୋଲର(ଏଟିସି) ସହ ଏହାର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ପରେ ଏନେଇ ଯାଞ୍ଚ କରାଯିବାରୁ ବୋମ୍‌ଡିଲାର ପଶ୍ଚିମରେ ଥିବା ମଣ୍ଡଲା ନିକଟରେ ହେଲିକପ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଥିଲା। ପାଇଲଟଙ୍କୁ ଖୋଜିବା ପାଇଁ ସେନା ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

- Advertisement -

 

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories