www.samajalive.in
Monday, December 8, 2025
13.1 C
Bhubaneswar

ସିଙ୍ଗାପୁରରେ ପ୍ରବାସୀ ଭାରତୀୟଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ସହ ଶିକ୍ଷା କ୍ଷେତ୍ରରେ ସମ୍ପର୍କକୁ ମଜଭୁତ୍ କରିବା ପାଇଁ ୭ ଦିନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଦିନରେ ସିଙ୍ଗାପୁରରେ ରହୁଥିବା ଭାରତୀୟ ସମୁଦାୟଙ୍କୁ ଭେଟି ଆଲୋଚନା କରିଛନ୍ତି। ସିଙ୍ଗାପୁର- ଭାରତ ଭାଗିଦାରୀକୁ ଅଧିକ ମଜଭୁତ କରିବାରେ ପ୍ରବାସୀ ଭାରତୀୟମାନେ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ । ସିଙ୍ଗାପୁରର ପ୍ରଗତିରେ ସେମାନଙ୍କର ଯୋଗଦାନ ଅନେକ ରହିଛି। ବର୍ତ୍ତମାନ ସମୟରେ ପୁଞ୍ଜିନିବେଶ ଏବଂ ସୁଯୋଗ ପାଇଁ ଭାରତ ବିଶ୍ୱର ସବୁଠୁ ଆକର୍ଷଣୀୟ ସ୍ଥାନ। ପ୍ରବାସୀମାନେ ଭାରତରେ ଥିବା ନିଜର ଆତ୍ମୀୟ ଏବଂ ସଂସ୍କୃତି ସହିତ ସବୁବେଳେ ଯୋଡ଼ି ହୋଇ ରହିବା ସହ ଭାରତର ଅଭିବୃଦ୍ଧି ଯାତ୍ରାରେ ଯୋଗଦାନ ରଖିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ଜାତୀୟ ଶିକ୍ଷା ନୀତି – ୨୦୨୦ର ଭୂମିକା ଏବଂ ଭାରତରେ ଶିକ୍ଷାର ବ୍ୟାପକତା ଉପରେ ସେ ଆଲୋକପାତ କରିଥିଲେ। ଭାରତ ୫ ଟ୍ରିଲିୟନ ଆମେରିକୀୟ ଡଲାର ଅର୍ଥନୀତିର ଲକ୍ଷ୍ୟ ନେଇ କାମ କରିବା ତଥା ଏହା ଦ୍ୱାରା ହେବାକୁ ଥିବା ବିକାଶ ଉପରେ ଚର୍ଚ୍ଚା କରିଥିଲେ। ସେହିପରି ୨୦୭୦ ସୁଦ୍ଧା ନେଟ୍ ଜିରୋ ଆଡକୁ ଅଗ୍ରସର ହେବା ଏବଂ ବିଶ୍ୱ ସବୁଜ ଉର୍ଜା ମଡେଲକୁ ଆକାର ଦେବା ପାଇଁ ପ୍ରବାସୀଙ୍କ ସମ୍ଭାବନା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ମନ୍ତ୍ରୀ ଶ୍ରୀ ପ୍ରଧାନ ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗ୍, ଉପପ୍ରଧାନମନ୍ତ୍ରୀ ଗାନ୍ କିମ୍ ୟୋଙ୍ଗ୍, ଶିକ୍ଷା ମନ୍ତ୍ରୀ ଚାନ୍ ଚୁନ୍ ସିଂ ଏବଂ ବୈଦେଶିକ ମନ୍ତ୍ରୀ ଭିଭିଆନ୍ ବାଲକ୍ରିଷ୍ଣନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories