www.samajalive.in
Monday, December 15, 2025
17.1 C
Bhubaneswar

ମାର୍ସିଲେରେ ଭାରତର ମହାବାଣିଜ୍ୟ ଦୂତାବାସ ଉଦଘାଟିତ

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫ୍ରାନ୍ସ ଗସ୍ତର ୩ୟ ଦିବସ ବୁଧବାର ମାର୍ସିଲେ ସହରରେ ଭାରତର ନୂତନ ମହାବାଣିଜ୍ୟ ଦୂତାବାସ ଉଦଘାଟିତ ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରନ ମିଳିତ ଭାବେ ଏହାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେଠାରେ ଉପସ୍ଥିତ ଅନ୍ୟ ପ୍ରବାସୀ ଭାରତୀୟମାନେ କରତାଳି ଦେଇ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ଫ୍ରାନ୍ସ ସେନାକୁ ଭାରତରେ ନିର୍ମିତ ପିନାକା ମଲ୍ଟି ବ୍ୟାରେଲ ଲଞ୍ଚର ଦେଖିବାକୁ ଆମନ୍ତ୍ରିତ କରିଥିଲେ।

ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମାର୍ସିଲେ ସହରର ଐତିହାସିକ ମଜାରଗ ଯୁଦ୍ଧ ସମାଧିସ୍ଥଳ ପରିଦର୍ଶନ କରିବା ସହିତ ପ୍ରଥମ ବିଶ୍ଵଯୁଦ୍ଧରେ ସହିଦ ହୋଇଥିବା ଭାରତୀୟ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଯୁଦ୍ଧ ସ୍ମାରକକୁ ରାଜ୍ୟଗୋଷ୍ଠୀ ଯୁଦ୍ଧ ସମାଧି ଆୟୋଗ ଦ୍ବାରା ସଂରକ୍ଷିତ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories