www.samajalive.in
Tuesday, December 9, 2025
23.1 C
Bhubaneswar

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଭାରତୀୟ ଦଳର ୪ ଖେଳାଳି । କୋଚ୍‌ ଗୌତମ ଗମ୍ଭୀରଙ୍କ ସହିତ କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ, ତିଲକ ବର୍ମା, ୱାଶିଂଟନ ସୁନ୍ଦର, ହାର୍ଦ୍ଦିକ ପାଣ୍ଡ୍ୟା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଲୋଡିଛନ୍ତି । ବିସିସିଆଇର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି । କ୍ୟାପଟେନ ସୂର୍ଯ୍ୟକୁମାରଙ୍କ ସହିତ ତାଙ୍କ ପତ୍ନୀ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।

ଏହାପୂର୍ବୁ ଟିମ୍‌ ଇଣ୍ଡିଆ ପାଇଁ ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ଦୀପଦାନ କରାଯାଇ ଆଜିର ମ୍ୟାଚରେ ଭାରତୀୟ ଦଳର ବିଜୟ ପାଇଁ ପ୍ରାର୍ଥନା କରିଛନ୍ତି । ଆଜି ବାରବାଟୀରେ ସନ୍ଧ୍ୟା ୭ଟାରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ର ପ୍ରଥମ ମ୍ୟାଚ ଖେଳାଯିବ । ଆଜିର ମ୍ୟାଚ ଭାରତ ନିଶ୍ଚୟ ବିଜୟ ହେବ ବୋଲି ସଭିଁଏ ଆଶା ରଖିବା ସହ ଶ୍ରୀଜିଉଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

Hot this week

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

Related Articles

Popular Categories