www.samajalive.in
Thursday, November 13, 2025
25.1 C
Bhubaneswar

ଆଜି ବାୟୁସେନା ପ୍ରତିଷ୍ଠା ଦିବସ: ହିଣ୍ଡନ୍‍ ଏୟାରବେସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତୀୟ ବାୟୁସେନାର ୯୩ତମ ପ୍ରତିଷ୍ଠା ଦିବସ । ପ୍ରତିବର୍ଷ ଅକ୍ଟୋବର ୮ରେ ପାଳନ ହୁଏ ଭାରତୀୟ ବାୟୁସେନା ଦିବସ । ଭାରତୀୟ ବାୟୁ ମାର୍ଗର ସୁରକ୍ଷା କରିବା ହେଉଛି ସେନାର ପ୍ରଥମ କର୍ତ୍ତବ୍ୟ । ଏନେଇ ଗାଜିଆବାସ ହିଣ୍ଡନ୍‍ ଏୟାରବେସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ବାୟୁସେନା ଦିବସ ପାଳନ ଅବସରରେ ପରେଡ୍‍ ସହ ଆକାଶରେ କୌଶଳ ଦେଖାଉଛନ୍ତି ବାୟୁସେନାର ସ୍ୱତନ୍ତ୍ର ବିମାନ । ବାୟୁସେନାର ପରାକ୍ରମ, ସାହସ, ବଳିଦାନ, ବୀରତ୍ୱର ଗାଥାକୁ ପ୍ରଦର୍ଶିତ କରାଯାଉଛି ।

ଅପରେସନ ସିନ୍ଦୂର ସମୟରେ ବାୟୁସେନାର ପରାକ୍ରମ ରହିଛି ଚଳିତ ବର୍ଷର ଥିମ୍‍ । ୧୯୩୨ ମସିହା ଆଜିର ଦିନରେ ପ୍ରତିଷ୍ଠା ହୋଇଥିଲା ଭାରତୀୟ ବାୟୁସେନା । ବର୍ତ୍ତମାନ ଭାରତୀୟ ବାୟୁସେନା ବିଶ୍ୱର ଚତୁର୍ଥ ବୃହତ୍ତ ଏୟାରଫୋର୍ସ । ଖାଲି ଯୁଦ୍ଧ ନୁହେଁ ବିଭିନ୍ନ ସମୟରେ କଠିନ ଅପରେସନ, ଉଦ୍ଧାର କାର୍ଯ୍ୟ, ପ୍ରାକୃତିକ ବିପର୍ଯ୍ୟୟ ବେଳେ ଦେବଦୂତ୍ତ ଭଳି ଭୂମିକା ନିର୍ବାହ କରିଥାଏ ଭାରତୀୟ ବାୟୁସେନା ।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories