ଦେଶରେ ୧୭ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା : ୨୪ ଘଣ୍ଟାରେ ୫୪,୭୩୬ ଆକ୍ରାନ୍ତ ଚିହ୍ନଟ, ୮୫୩ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ସଂକ୍ରମିତଙ୍କ ସଂଖ୍ୟା । ଏହାରି ମଧ୍ୟରେ ଦେଶରେ ୧୭ ଲକ୍ଷ ଅତିକ୍ରମ କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ ଗତ ୨୪ ଘଣ୍ଟାରେ ୫୪ ହଜାର ପାର୍ କରିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି୫୪ ହଜାର ୭୩୬ ଜଣ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭ ଲକ୍ଷ ୫୦ ହଜାର ୭୨୪ ରେ ପହଞ୍ଚିଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟାବି ବୃଦ୍ଧି ପାଇବାରେ ଲାଗିଛି । ୩୭ ହଜାର ଟପିଛି ଦେଶରେ କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ପୁଣି ୮୫୩ ଜଣଙ୍କର ମୃତ୍ୟୁ ହୋଇଛି । ମୋଟ୍ ମୃତ୍ୟୁ ସଂଖ୍ୟା ୩୭ ହଜାର ୩୬୪ ରେ ପହଞ୍ଚିଛି ।
India's COVID tally crosses 17 lakh mark with 54,736 positive cases & 853 deaths in the last 24 hours.
Total #COVID19 cases stand at 17,50,724 including 5,67,730 active cases, 11,45,630 cured/discharged/migrated & 37,364 deaths: Health Ministry pic.twitter.com/WXGdKfaHUW
— ANI (@ANI) August 2, 2020
ସୂଚନାଯୋଗ୍ୟ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୧୭ ଲକ୍ଷ ୫୦ ହଜାର ୭୨୪ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୧ ଲକ୍ଷ ୪୫ ହଜାର ୬୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ହଜାର ୩୬୪ ଜଣ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି, ସେହିପରି ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ୬୭ ହଜାର ୭୩୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
Comments are closed.