www.samajalive.in
Monday, December 8, 2025
24.1 C
Bhubaneswar

ଭାରତର ମହାକାଶ ଗବେଷଣାରେ ପ୍ରମୁଖ ଭୂମିକାରେ ଓଡ଼ିଶା : ଧର୍ମେନ୍ଦ୍ର ପ୍ରଧାନ

-ଚାନ୍ଦିପୁର, ବାଲେଶ୍ୱର ଏବଂ ଭଦ୍ରକର ଭାରତରତ୍ନ ଅବଦୁଲ କଲାମ ଦ୍ୱୀପପୁଞ୍ଜ ଦେଶର ଅନେକ ଗୌରବମୟ ସଫଳତାର ସାକ୍ଷୀ ହୋଇଛି
-ଆଇଏନ୍‍-ସ୍ପେଶର ପ୍ରତିଷ୍ଠା ମହାକାଶ ଅଭିଯାନରେ ଭାରତକୁ ଆତ୍ମନିର୍ଭର କରିବ
-‘ନ୍ୟୁ ସ୍ପେସ ଇଣ୍ଡିଆ ଲିମିଟେଡ୍‍ ମହାକାଶ କାର୍ଯ୍ୟକ୍ରମକୁ ନୂଆ ଦିଗଦର୍ଶନ ଦେବ
-ଭାରତ’ର ମହାକାଶ କ୍ଷେତ୍ରରେ ଉଦାରୀକରଣ ଅପାର ସମ୍ଭାବନାର ସମ୍ଭାର ଆଣିବ
-ଭାରତକୁ ମହାକାଶ କାର୍ଯ୍ୟରେ ନୂଆ ପର୍ଯ୍ୟାୟରେ ପହଞ୍ଚାଇବ ପ୍ରଧାନମନ୍ତ୍ରୀଙ୍କ ଦୀର୍ଘକାଳୀନ ଦୂରଦୃଷ୍ଟି

ନୂଆଦିଲ୍ଲୀ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ମହାକାଶ ଗବେଷଣା କ୍ଷେତ୍ର ସମେତ ବିଭିନ୍ନ କ୍ଷେତ୍ରରେ ଆଣିଥିବା ସଂସ୍କାର ଓଡିଶା ଭଳି ରାଜ୍ୟ ପାଇଁ ସହାୟକ ହୋଇଥିବା ବେଳେ ଓଡ଼ିଶା ଭାରତର ମହାକାଶ ଗବେଷଣାରେ ମୁଖ୍ୟ ଭୂମିକା ଗ୍ରହଣ କରିଆସୁଛି। ଚାନ୍ଦିପୁର, ବାଲେଶ୍ୱର ଏବଂ ଭଦ୍ରକର କଲାମ ଦ୍ୱୀପପୁଞ୍ଜ ଭଳି କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ର ଭାରତର ଅନେକ ଗୌରବମୟ ସଫଳତାର ସାକ୍ଷୀ ହୋଇଛି ବୋଲି କେନ୍ଦ୍ର ତୈଳ ଓ ପ୍ରାକୃତିକ ବାସ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

- Advertisement -

ମହାକାଶ କ୍ଷେତ୍ରରେ ମୋଦୀ ସରକାରଙ୍କ ସଂସ୍କାର ପ୍ରସଙ୍ଗରେ ଶ୍ରୀ ପ୍ରଧାନ ଟ୍ୱିଟ୍‍ କରି କହିଛନ୍ତି ଯେ  ଭାରତ ସରକାର ମହାକାଶ ଗବେଷଣା କ୍ଷେତ୍ର ସମେତ ବିଭିନ୍ନ କ୍ଷେତ୍ରରେ ସଂସ୍କାର ଆଣିବା ମାର୍ଗରେ ଆଗକୁ ବଢୁଛନ୍ତି। ଭାରତ’ର ମହାକାଶ କ୍ଷେତ୍ରରେ ଉଦାରୀକରଣ ଅପାର ସମ୍ଭାବନାର ସମ୍ଭାର ଆଣିବା ସହ ଦେଶର ବିକାଶରେ ମହାକାଶ ପ୍ରଯୁକ୍ତିବିଦ୍ୟାରେ ବଡ଼ ଭୂମିକା ଗ୍ରହଣ କରିବ।
ଶ୍ରୀ ପ୍ରଧାନ କହିଛନ୍ତି ନୂଆ ମହାକାଶ ବୋର୍ଡ ଇଣ୍ଡିଆନ ନ୍ୟାସନାଲ ସ୍ପେଶ୍‍ ପ୍ରମୋଶନ ଆଣ୍ଡ୍‍ ଅଥୋରାଇଜେସନ(ଆଇଏନ୍‍-ସ୍ପେଶ)ର ପ୍ରତିଷ୍ଠା ମହାକାଶ ବିଶେଷ ଭାବରେ ମହାକାଶ ପ୍ରଯୁକ୍ତିବିଦ୍ୟାର ନୂତନ ଏବଂ ଉଦୀୟମାନ କ୍ଷେତ୍ରରେ ନବସୃଜନ, ଅଭିବୃଦ୍ଧି ଏବଂ ଭାରତକୁ ଆତ୍ମନିର୍ଭର କରିବାରେ
ସାହାଯ୍ୟ କରିବ। ରାଷ୍ଟ୍ରାୟତ୍ତ ଉଦ୍ୟୋଗ ‘ନ୍ୟୁ ସ୍ପେସ ଇଣ୍ଡିଆ ଲିମିଟେଡ୍‍ (ଏନଏସଆଇଏଲ) ମହାକାଶ ସମ୍ବନ୍ଧୀୟ କାର୍ଯ୍ୟକ୍ରମକୁ ନୂଆ ଦିଗଦର୍ଶନ ଦେବ ଏବଂ ଆମ ମହାକାଶ ଆସେଟର ସର୍ବୋତ୍ତମ ବ୍ୟବହାରକୁ ସ୍ଥାୟୀ କରିପାରିବ। ଷ୍ଟ୍ରାଟଅପକୁ ସହଯୋଗ କରାଯିବା ବେସରକାରୀ ଉଦ୍ୟୋଗୀଙ୍କ ପାଇଁ ନୂଆ ସ୍ତର ତିଆରି କରିବ ଏବଂ ଏହା ମହାକାଶ ଆସେଟରେ ସାମାଜିକ-ଅର୍ଥନୈତିକର ବ୍ୟବହାରକୁ ପ୍ରୋତ୍ସାହନ ଦେବ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୀର୍ଘକାଳୀନ ଦୂରଦୃଷ୍ଟି ଭାରତକୁ ମହାକାଶ କାର୍ଯ୍ୟକ୍ରମରେ ନୂଆ ପର୍ଯ୍ୟାୟରେ ପହଞ୍ଚାଇବ ଓ ଏହି କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ଏବଂ ଭାରତୀୟ କମ୍ପାନୀ ଗୁଡ଼ିକୁ ବିଶ୍ୱ ମହାକାଶ ଅର୍ଥନୀତିରେ ପ୍ରମୁଖ ଭୂମିକାରେ ଛିଡା କରାଇବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍‍ କରି
କହିଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories