www.samajalive.in
Monday, December 8, 2025
27.1 C
Bhubaneswar

ଆଜିଠାରୁ ‘ବନ୍ଦେ ଭାରତ ମିଶନ’ : ୧୨ ଦେଶରୁ ୧୫ ହଜାର ଭାରତୀୟଙ୍କୁ କରାଯିବ ଏୟାର ଲିଫ୍ଟ

ନୂଆଦିଲ୍ଲୀ : କରୋନା ଭାଇରସ କାରଣରୁ ବିଭିନ୍ନ ବିଦେଶରେ ରହୁଥିବା ପ୍ରବାସୀ ଭାରତୀୟମାନେ ଆଜିଠାରୁ ଘରକୁ ବାହୁଡିବେ । ଏଥି ପାଇଁ ଆଜିଠାରୁ ଭାରତ ଆରମ୍ଭ କରୁଛି ବିଶ୍ଵର ସବୁଠୁ ବଡ ଘର ବାହୁଡା ଅଭିଯାନ ‘ବନ୍ଦେ ଭାରତ ମିଶନ’ । କରୋନା ଭାଇରସ ପାଇଁ ବିଦେଶରେ ଫଶି ରହିଥିବା ହଜାର ହଜାର ପ୍ରବାସୀ ଭାରତୀୟମାନଙ୍କୁ ଫେରାଇ ଆଣିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ବନ୍ଦେ ଭାରତ ମିଶନ’ ଓ ‘ସେତୁ ସମୁଦ୍ର’ ଦୁଇଟି ଅଭିଯାନ ଆରମ୍ଭ ହୋଇଛି । ‘ବନ୍ଦେ ଭାରତ ମିଶନ’ ରେ ବିମାନ ମାଧ୍ୟମରେ ପ୍ରବାସୀ ଭାରତୀୟଙ୍କୁ ଫେରାଇ ଅଣାଯାଉଥିବା ବେଳେ ‘ସେତୁ ସମୁଦ୍ର’ ମିଶନରେ ଜାହାଜ ମାଧ୍ୟମରେ ପ୍ରବାସୀ ଭାରତୀୟଙ୍କୁ ଫେରାଇ ଅଣାଯିବ । 

କେନ୍ଦ୍ର ସରକାରଙ୍କ ‘ବନ୍ଦେ ଭାରତ ମିଶନ’ ରେ ଏୟାର ଇଣ୍ଡିଆ ୧୨ଟି ଦେଶରୁ ପାଖାପାଖି ୧୫ ହଜାର ଭାରତୀୟଙ୍କୁ ପ୍ରଥମ ପର୍ଯ୍ୟାୟରେ ଭାରତ ଫେରାଇ ଆଣିବ । ଏଥିପାଇଁ ଆଗାମୀ ୧୩ ତାରିଖ ପର୍ଯ୍ୟନ୍ତ ୬୪ଟି ବିମାନ ଉଡାଣ କରିବ । ଆଜିଠାରୁ ଆରମ୍ଭ ହେଉଥିବା ଏହି ସର୍ବବୃହତ୍ତ ଅଭିଯାନର ମୁକାବିଲା ପାଇଁ ବିଦେଶ ମନ୍ତ୍ରାଳୟ ବୁଧବାର ଅନେକ ବୈଠକର ଆୟୋଜନ କରିଛି । ଏୟାର ଇଣ୍ଡିଆର ଏକ ସ୍ୱତନ୍ତ୍ର ବିମାନ ଆଜି ୨୦୦ ଜଣ ଭାରତୀୟ ନାଗରିକଙ୍କୁ ନେଇ ଆବୁଧାବିରୁ ଭାରତ ଆସିବ ।

- Advertisement -

ସେହିପରି କେନ୍ଦ୍ର ସରକାରଙ୍କ ‘ସେତୁ ସମୁଦ୍ର’ ମିଶନ ମାଧ୍ୟମରେ ମାଳଦୀପରେ ଫଶି ରହିଥିବା ୧ହଜାରରୁ ଉର୍ଦ୍ଧ୍ବ ପ୍ରବାସୀ ଭାରତୀୟଙ୍କୁ ଜାହାଜ ମାଧ୍ୟମରେ ଭାରତ ଫେରାଇ ଅଣାଯିବ ବୋଲି ଜଣାପଡିଛି । ହଜାର ହଜାର ପ୍ରବାସୀ ଭାରତୀୟମାନଙ୍କ ଆଗମନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ବିମାନ ବନ୍ଦର ଓ ବନ୍ଦରରେ ବ୍ୟାପକ ପ୍ରସ୍ତୁତି କରିଛନ୍ତି ।

 

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories