www.samajalive.in
Wednesday, December 10, 2025
23.1 C
Bhubaneswar

ଇଣ୍ଡୋନେସିଆରେ ୫.୭ ତୀବ୍ରତାର ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ : ଇଣ୍ଡୋନେସିଆରେ ବିଗତ ୩ ଦିନ ମଧ୍ୟରେ ଅନେକ ଥର ଭୂକମ୍ପର ଝଟକା ଅନୁଭୂତ ହୋଇଛି । ଜଣେ ଅଧିକାରୀଙ୍କ ସୂଚନା ଅନୁଯୟୀ ମଙ୍ଗଳବାର ଇଣ୍ଡୋନେସିଆର ବାଲି, ଲୋମ୍ବକ ଓ ପୂର୍ବ ଯାଭାରେ ଅଧିକ ମାତ୍ରାରେ ଭୂକମ୍ପ ଅନୁଭୂତ ହୋଇଛି । ଏହାର ତୀବ୍ରତା ୫.୭ ଥିଲା । ହେଲେ ଏହି ଭୂକମ୍ପ ଦ୍ବାରା ସୁନାମୀ ସୃଷ୍ଟି ହେବାର କୌଣସି ସମ୍ଭାବନା ନାହିଁ। ଭୂକମ୍ପର କେନ୍ଦ୍ର ଦକ୍ଷିଣ-ପଶ୍ଚିମ ବାଲିର ୮୨ କିମି ଦୂରତାରେ ଥିଲା। ୟୁନାଇଡେଟ୍‌ ଷ୍ଟେଟ୍‌ସ ଜିଓଲୋଜିକାଲ୍‌ ସର୍ଭେ ରିପୋର୍ଟ ଅନୁଯାୟୀ, ଏହି ଭୂକମ୍ପ ପ୍ରଭାବରେ କେତେକ ଘର ଏବଂ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ଭାଙ୍ଗିରୁଜି ଯାଇଛି । ତେବେ ଏଥିରେ କେହି ମୃତାହତ ହୋଇଥିବା ଏପର୍ଯ୍ୟନ୍ତ ସୂଚନା ମିଳିନାହିଁ ।

ସୂଚନାଯୋଗ୍ୟ, ଏହା ପୂର୍ବରୁ ରବିବାର ଜାକର୍ତ୍ତାରେ ୭.୩ ତୀବ୍ରତାରେ ଭୂକମ୍ପ ଅନୁଭୂତ ହୋଇଥିଲା । ଏଥିରେ ଜଣେ ମହିଳା ପ୍ରାଣ ହରାଇଥିବା ବେଳେ ପ୍ରାୟ ୧୬୦ ଘର କ୍ଷୟକ୍ଷତି ହୋଇଥିଲା ।

Hot this week

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

ସମ୍ପାଦକୀୟ : ଯଥା ପୂର୍ବଂ, ତଥା ପରମ୍‌

ସରକାର ବଦଳିଲେ ଧାରା ବଦଳୁ ନାହିଁ ନଭେମ୍ବର ୨୭ରେ ଭାରତର ରାଷ୍ଟ୍ରପତିଙ୍କ ଅଭିଭାଷଣରୁ...

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

Related Articles

Popular Categories