www.samajalive.in
Friday, December 5, 2025
20.1 C
Bhubaneswar

ଇନ୍ଦୋରରେ ବଡ ଦୁର୍ଘଟଣା: ଘରେ ନିଆଁ ଲାଗିବାରୁ କଂଗ୍ରେସ ନେତା ପ୍ରବେଶ ଅଗ୍ରୱାଲ ମୃତ

ଇନ୍ଦୋର: ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଘନିଷ୍ଠ ସହଯୋଗୀ କଂଗ୍ରେସ ନେତା ପ୍ରବେଶ ଅଗ୍ରୱାଲଙ୍କ ଘରେ ଅଗ୍ନିକାଣ୍ଡ ଘଟିଛି । ଏଥିରେ ପ୍ରବେଶ ଅଗ୍ରୱାଲଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କର ୧୪ବର୍ଷୀୟା ଝିଅ ସୌମ୍ୟା ଏବଂ ୧୨ବର୍ଷୀୟା ମାଇରା ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏହି ଘରେ ନିଆଁ ଲାଗିବାରୁ ପରିବାର ସଦସ୍ୟ ଫସିଯାଇଥିଲେ । ଶ୍ୱାସରୁଦ୍ଧ ହେବାରୁ ୩ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଚିକିତ୍ସା ସମୟରେ ପ୍ରବେଶ ଅଗ୍ରୱାଲଙ୍କ ମୃତ୍ୟୁ ହୋଇଛି ।

ଉଲ୍ଲେଖନୀୟ ଯେ ପ୍ରବେଶ ଅଗ୍ରୱାଲ ସୌମ୍ୟା ମୋଟର୍ସ ନାମରେ ଅନେକ କାର ସୋରୁମ୍ ମାଲିକ ଥିଲେ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ନିକଟତର ରହିଥିଲେ । ତେବେ ମିଳିଥିବା ସୂଚନା ଅନୁସାରେ ରୋଷେଇ ଘରେ ହଠାତ୍ ଅଗ୍ନିକାଣ୍ଡ ଘଟିଥିଲା । ସୁରକ୍ଷାରେ ଥିବା କର୍ମଚାରୀ ନିଆଁକୁ ଆୟତ କରିବାକୁ ପ୍ରୟାସ କରିଥିଲେ ମଧ୍ୟ ତାହା ସମ୍ଭବ ହୋଇନଥିଲା । ପରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ପୁଲିସ ପ୍ରବେଶ ଅଗ୍ରୱାଲଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଏକ ମାମଲା ରୁଜୁ କରି ତଦନ୍ତ କରୁଛି ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories