www.samajalive.in
Sunday, December 7, 2025
15.1 C
Bhubaneswar

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଯୋଗଦେଲେ ଇନ୍ଦ୍ରମଣି ତ୍ରିପାଠୀ

ଭୁବନେଶ୍ୱର : ସୂଚନା ଓ ଲୋକସଂପର୍କ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ଉପରେ ନୂତନ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଗୁରୁତ୍ୱ ଆରୋପ କରଛନ୍ତି। ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ତ୍ରିପାଠୀ ଗୁରୁବାର ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ସୂଚନା ପ୍ରଦାନ କ୍ଷେତ୍ରରେ ଆଧୁନିକ ବୈଷୟିକ ଜ୍ଞାନ ପ୍ରୟୋଗ ମାଧ୍ୟମରେ ସର୍ବଦା ଆଗୁଆ ରହିବା ଏବଂ କାର୍ଯ୍ୟଦକ୍ଷତା ସହ ନିୟମିତ ଭାବେ କାର୍ଯ୍ୟ ତୁଲାଇବାକୁ ବିଭାଗର ଅଧିକାରୀ ତଥା କର୍ମଚାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।
ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ଗୁରୁବାର ପୂର୍ବାହ୍ନରେ ଅଧିକାରୀମାନଙ୍କ ସହିତ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସଂପର୍କରେ ସବିଶେଷ ଆଲୋଚନା କରିଥିଲେ। ସେ ଲୋକସଂପର୍କ ଭବନରେ ବିଭାଗର ବିଭିନ୍ନ ଶାଖା ପରିଦର୍ଶନ କରିଥିଲେ। ଶ୍ରୀ ତ୍ରିପାଠୀ ଆଜିର ଯୁଗରେ ବିଜ୍ଞାନ ଓ ବୈଷୟିକ ବିଦ୍ୟାର ପ୍ରୟୋଗକୁ ବିଭାଗ ଆପଣେଇବା ସହ ଜନସାଧାରଣଙ୍କ ନିକଟରେ ସମ୍ବାଦ ସରବରାହ କ୍ଷେତ୍ରରେ ଅଧିକ ଆଗୁଆ ହେବା ସହିତ ଅଭିନବତ୍ୱ ପ୍ରଦାନ କରି ସୂଚନା ବିତରଣ କ୍ଷେତ୍ରରେ ବିଶ୍ୱସନୀୟତା ଅର୍ଜନ କରିବାକୁ ଅଧିକାରୀମାନେ ତତ୍ପରତା ପ୍ରକାଶ କରିବାକୁ ପରାମର୍ଶ ଦେଇଛନ୍ତି। ସେ ମଧ୍ୟ କର୍ମଚାରୀମାନଙ୍କ ଶୃଙ୍ଖଳା ଓ ନିଷ୍ଠା ଉପରେ ବିଶେଷ ଗୁରୁତ୍ୱ ଦେଇଛନ୍ତି।
ଆଜି ଲୋକସଂପର୍କ ଭବନରେ ଶ୍ରୀ ତ୍ରିପାଠୀଙ୍କୁ ବିଭାଗର ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଡ. ପ୍ରମୋଦ କୁମାର ମଲ୍ଲିକ ଏବଂ ସୁରେନ୍ଦ୍ର ପରିଡ଼ାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories