www.samajalive.in
Wednesday, December 10, 2025
23.1 C
Bhubaneswar

ସିନ୍ଧୁ ନଦୀ ଜଳ ଚୁକ୍ତି ରଦ୍ଦ ନିଷ୍ପତ୍ତି ବଳବତ୍ତର ରହିଛି: ଜୟଶଙ୍କର

ସମାଜ ଡିଜିଟାଲ ଡେସ୍କ: ପହଲଗାଓଁ ଆତଙ୍କବାଦୀ ଆକ୍ରମର ପରେ ଭାରତ ସିନ୍ଧୁ ନଦୀ ଜଳ ଚୁକ୍ତିକୁ ରଦ୍ଦ କରିଦେଇଥିଲା। ଚୁକ୍ତି ଅନୁସାରେ ଭାରତ ପକ୍ଷରୁ ପାକିସ୍ତାନକୁ ପାଣି ଛଡ଼ାଯିବ ନାହିଁ ବୋଲି ନିଷ୍ପତ୍ତି ହୋଇଥିଲା। ଅପରେସନ ‘ସିନ୍ଦୂର’ ସ୍ଥଗିତ ରହିବା ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଜାରି ରହିଛି। ହେଲେ ସିନ୍ଧୁ ନଦୀ ଜଳ ଚୁକ୍ତି ରଦ୍ଦ ପ୍ରସଙ୍ଗରେ ପୁନର୍ବିଚାର କରିବା ଲାଗି ପାକିସ୍ତାନ ଭାରତକୁ ଅନୁରୋଧ କରିଥିବାବେଳେ ଏ ନେଇ କୌଣସି ଆଲୋଚନା ହେବ ନାହିଁ ବୋଲି ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର କହିଛନ୍ତି, ପାକିସ୍ତାନ ସହିତ କେବଳ ଆତଙ୍କବାଦ ଉପରେ ଆଲୋଚନା ହେବ। ସିନ୍ଧୁ ନଦୀ ଜଳ ଚୁକ୍ତି ରଦ୍ଦ ନିଷ୍ପତ୍ତି ବଳବତ୍ତର ରହିବ। ଆତଙ୍କବାଦ ପାଇଁ ପାକିସ୍ତାନ ଉତ୍ତରଦାୟୀ ବୋଲି ଆମେ ମେ ୭ ତାରିଖରେ ଜଣାଇଦେଇଛୁ। ପାକ୍ ସହିତ ଆଲୋଚନା କେବଳ ଦ୍ଵିପାକ୍ଷିକ। ଏଥିରେ କୌଣସି ପରିବର୍ତ୍ତନ ହେବ ନାହିଁ। ପାକିସ୍ତାନକୁ ଆତଙ୍କବାଦ ଭିତ୍ତିଭୂମିକୁ ନଷ୍ଟ କରିବାକୁ ପଡ଼ିବ। ଏଥିପାଇଁ କ’ଣ କରିବାକୁ ହେବ ତାହା ସେମାନେ ଜାଣନ୍ତି।

Hot this week

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

ସମ୍ପାଦକୀୟ : ଯଥା ପୂର୍ବଂ, ତଥା ପରମ୍‌

ସରକାର ବଦଳିଲେ ଧାରା ବଦଳୁ ନାହିଁ ନଭେମ୍ବର ୨୭ରେ ଭାରତର ରାଷ୍ଟ୍ରପତିଙ୍କ ଅଭିଭାଷଣରୁ...

Related Articles

Popular Categories