www.samajalive.in
Monday, December 8, 2025
13.1 C
Bhubaneswar

ରବୀନ୍ଦ୍ର ମଣ୍ଡପରେ ଉଦଘାଟିତ ହେଲା ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଆଜି ରବୀନ୍ଦ୍ର ମଣ୍ଡପ ଠାରେ ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି।

ଆଜିର ଉଦଘାଟନୀ ସନ୍ଧ୍ୟାରେ ସୁବିଖ୍ୟାତ ସଂଗୀତ ଶିଳ୍ପୀ  ଶ୍ୟାମାମଣୀ ଦେବୀ, ବିଶିଷ୍ଟ ସଂସ୍କୃତ ବିଶାରଦ ପ୍ରଫେସର ପ୍ରଫୁଲ୍ଲ ମିଶ୍ର, ଓଡ଼ିଆ ଭାଷା, ସାହି‎ତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଦେବ ପ୍ରସାଦ ଦାଶ ଓ ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରଶାସନିକ ଅଧିକାରୀ ଅନୁଜା ତାରିଣୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

- Advertisement -

ଆଜିର କାର୍ଯ୍ୟକ୍ରମରେ ବିଶିଷ୍ଟ ନୃତ୍ୟଶିଳ୍ପୀ କୁମ୍‍କୁମ୍‍ ମହାନ୍ତି ଶ୍ରୀରାମ ବନ୍ଦନା ଏବଂ ଗୀତଗୋବିନ୍ଦରୁ ଉଦ୍ଧୃତ ଅଷ୍ଟପଦୀ ୟାମୀ ହେ ଉପରେ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ଏଥିସହ ଅନେକ ଓଡ଼ିଶୀ ନୃତ୍ୟଶିଳ୍ପୀମାନେ ଏକକ, ଦ୍ୱେତ ଓ ଦଳଗତ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ।

ଆଜିର କାର୍ଯ୍ୟକ୍ରମରେ ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ବିଶେଷତ୍ବ ଉପରେ ଆଧାରିତ ଏକ ଫଟୋଚିତ୍ର ପ୍ରଦର୍ଶନୀ ମଧ୍ୟ ଉଦଘାଟିତ ହୋଇଥିଲା।

ପ୍ରକାଶଯୋଗ୍ୟ ଯେ, ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ୧୧ ଜାନୁୟାରୀ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୫ ଦିନ ଧରି ଅନୁଷ୍ଠିତ ହେଉଥିବା ଏହି ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବରେ ରାଜ୍ୟ, ଦେଶ ଓ ଦେଶ ବାହାରୁ ପ୍ରାୟ ୩୫୦ରୁ ଅଧିକ ଓଡ଼ିଶୀ ନୃତ୍ୟଶିଳ୍ପୀମାନେ ଏକକ, ଦ୍ୱେତ ଓ ଦଳଗତ ଓଡ଼ିଶୀ ନୃତ୍ୟ ପରିବେଷଣ କରିବେ । ଏହି ସମୟ ମଧ୍ୟରେ ପ୍ରବାସୀ ଭାରତୀୟ ଦିବସ ମଧ୍ୟ ଅନୁଷ୍ଠିତ ହେଉଥିବାରୁ ରାଜ୍ୟ ଓ ଦେଶ ବାହାରୁ ଆସୁଥିବା ଅତିଥିମାନେ ମଧ୍ୟ ଏହି ଉତ୍ସବ ମାଧ୍ୟମରେ ଆମ ଗୌରବମୟ ସଂସ୍କୃତି ଓ ପରମ୍ପରା ସମ୍ବନ୍ଧରେ ଅବଗତ ହୋଇପାରିବେ ବୋଲି ଲକ୍ଷ୍ୟ ରଖାଯାଇଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories