www.samajalive.in
Monday, December 8, 2025
13.1 C
Bhubaneswar

କୁପଓ୍ବାରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୨ ଆତଙ୍କୀ ନିପାତ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର କୁପଓ୍ବାରା ଜିଲା ଅନ୍ତର୍ଗତ କେରନ ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଛି ସେନା। ଆତଙ୍କବାଦୀମାନେ ନିୟନ୍ତ୍ରଣ ରେଖା ଦେଇ ଭାରତୀୟ ସୀମାକୁ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ସମୟରେ ଯବାନମାନେ ଗୁଳି ଚଳାଇଥିଲେ। ଫଳରେ ୨ ଜଣ ଆତଙ୍କବାଦୀ ପ୍ରାଣ ହରାଇଥିଲେ।

କେରନ ସେକ୍ଟର ଦେଇ ଆତଙ୍କୀମାନେ ଅନୁପ୍ରବେଶ କରିବା ନେଇ ସେନାକୁ ଗୁପ୍ତ ସୂଚନା ମିଳିଥିଲା। ବିଏସଏଫ ପକ୍ଷରୁ ମଧ୍ୟ ଏ ନେଇ ସୂଚନା ହସ୍ତଗତ ହୋଇଥିଲା। ଆତଙ୍କୀମାନେ ଅନୁପ୍ରବେଶ ପାଇଁ ଲଞ୍ଚପ୍ୟାଡରେ ଠୁଳ ହୋଇଥିଲେ। ଏହା ପରେ ରବିବାର ଭୋର ପ୍ରାୟ ୪ଟା ସମୟରେ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହି ସମୟରେ ଯବାନଙ୍କ ଗୁଳିରେ ୨ ଆତଙ୍କ ନିହତ ହୋଇଥିଲେ। ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି।

Hot this week

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

Related Articles

Popular Categories