www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟପାଳଙ୍କୁ ବାଣିଜ୍ୟମେଳା ଫଟୋ ଆଲ୍‌ବମ୍‌ ପ୍ରଦାନ କଲେ ନିର୍ଦ୍ଦେଶକ ସରୋଜ ସାମଲ

ଭୁବନେଶ୍ୱର: ଆଜି ରାଜ୍ୟପାଳ ରଘୁବାର ଦାସଙ୍କୁ ଭେଟି ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପାଭିଲିୟନ୍‌ର ଫଟୋସମ୍ବଳିତ ଏକ ଆଲ୍‌ବମ୍‌ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପାଲିଲିୟନ୍‌ ସ୍ୱର୍ଣ୍ଣ ପଦକ ହାସଲ କରିବାର ଗୌରବ ଅର୍ଜନ କରିଛି ।

ନୂଆଦିଲ୍ଲୀର ପ୍ରଗତି ମଇଦାନରେ ନଭେମ୍ବର ୧୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ମେଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଷ୍ଟଲରେ ରାଜ୍ୟର କଳାକାର, ବୁଣାକାର, ଶିଳ୍ପୀ ଏବଂ କାରିଗରଙ୍କ ଦ୍ୱାରା ନିର୍ମିତ ସାମଗ୍ରୀର ବିପଣନ ଓ ପ୍ରଦର୍ଶନ ହୋଇଥିଲା । ମେଳାରେ ରାଜ୍ୟର ପ୍ରଗତିର ଚିତ୍ର ସହ ନାରୀ ସଶକ୍ତିକରଣର ଝଲକ ମଧ୍ୟ ଦେଖିବାକୁ ମିଳିଥିଲା ।

- Advertisement -

ବାଣିଜ୍ୟ ମେଳାରେ ବିଭିନ୍ନ ପ୍ରଦର୍ଶନ, ଅତିଥି ପରିଚର୍ଯ୍ୟା, ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ, ରାଜ୍ୟ ଦିବସ ସମାବେଶ ଓ ଅନ୍ୟାନ୍ୟ ଘଟଣାବଳୀ ସମ୍ବଳିତ ଫଟୋଚିତ୍ର ରହିଥିବା ଆଲ୍‌ବମ୍‌ ରାଜ୍ୟପାଳଙ୍କୁ ନିର୍ଦ୍ଦେଶକ ଶ୍ରୀ ସାମଲ ପ୍ରଦାନ କରିଥିଲେ । ଶ୍ରୀ ସାମଲ ଆଲ୍‌ବମ୍‌ ପ୍ରଦାନ କରିବା ସମୟରେ ଆନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପାଭିଲିୟନ୍‌ ସଂପର୍କରେ ବିଶଦ ଭାବେ ସୂଚନା ଦେଇଥିଲେ।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories