www.samajalive.in
Tuesday, December 9, 2025
15.1 C
Bhubaneswar

ଭୁବନେଶ୍ଵର, କଟକ ଓ ପୁରୀ ସହର ହେବ ଭିଡ଼ମୁକ୍ତ

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଭୁବନେଶ୍ଵର ସହିତ କଟକ ଏବଂ ପୁରୀ ସହରକୁ ଭିଡ଼ମୁକ୍ତ କରାଯିବ। ଏଥିପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ବୋଲି ସୂଚନା ଦେଇଛନ୍ତି ଆଇନ ତଥା ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଭୁବନେଶ୍ଵର ସହରକୁ ଭିଡ଼ମୁକ୍ତ କରିବା ଲାଗି ୭ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିପରି କଟକରେ ୩୫୦୦ କୋଟି ଖର୍ଚ୍ଚ ହେବ। ଏହି ୩ ସହର କିପରି ‘ଏ’ ଶ୍ରେଣୀର ସହର ଭାବେ ପରିଚିତ ହେବେ ସେ ଦିଗରେ ଉଦ୍ୟମ କରାଯିବ। ସରକାରଙ୍କ ପୂର୍ତ୍ତ ବିଭାଗ ଅଧୀନରେ ଥିବା ସବୁ ରାସ୍ତାଘାଟକୁ ସମତୁଲ କରାଯିବ ବୋଲି ମନ୍ତ୍ରୀ ହରିଚନ୍ଦନ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଭୁବନେଶ୍ଵର, ପୁରୀ ଏବଂ କଟକ ସହରରେ ପ୍ରତ୍ୟହ ଭିଡ଼ ଲାଗି ରହୁଛି। ବିଶେଷକରି ସକାଳ ୯ଟାରୁ ୧୨ଟା ଏବଂ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ରାସ୍ତାଘାଟ ଜାମ ରହୁଥିବାରୁ ଯାତ୍ରୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଭିଡ଼ ଭିତରେ ଅନେକ ସମୟରେ ଆମ୍ବୁଲାନ୍ସ ଫଶି ରହୁଛି। ଭୁବନେଶ୍ଵର ଏବଂ କଟକରେ ଏହି ସମସ୍ୟା ସର୍ବାଧିକ ଲାଗି ରହୁଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories