www.samajalive.in
Friday, December 5, 2025
20.1 C
Bhubaneswar

ଭୁବନେଶ୍ବର ୟୁନିଟ ୧ ମାର୍କେଟରେ ଚଢ଼ାଉ, କିଲୋ ପିଛା ୩୨ ଓ ୩୫ ଟଙ୍କାରେ ଆଳୁ ବିକ୍ରୀ ପାଇଁ ନିର୍ଦେଶ

ଭୁବନେଶ୍ବର: ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଥିବାବେଳେ ଅସାଧୁ ବ୍ୟବସାୟୀ ମନଇଛା ଦରରେ ଆଳୁ ବିକ୍ରୀ କରୁଛନ୍ତି। ରାଜ୍ୟ ରାଜଧାନୀ ଭୁବନେଶ୍ବର ୟୁନିଟ ୧ ମାର୍କେଟର ବ୍ୟବସାୟୀ ଚଢ଼ା ଦରରେ ଆଳୁ ବିକ୍ରୀ କରୁଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇବା ପରେ  ଭୁବନେଶ୍ବର ୟୁନିଟ ୧ ମାର୍କେଟରେ ଯୋଗାଣ ବିଭାଗର ଚଢ଼ାଉ କରାଯାଇଛି। ସରକାର ଧାର୍ଯ୍ୟ କରିଥିବା ଦାମରେ ଆଳୁ ବିକ୍ରୀ କରିବାକୁ ୟୁନିଟ ୧ ବ୍ୟବସାୟୀଙ୍କୁ କଡ଼ା ନିର୍ଦେଶ ଦିଆଯାଇଛି। ୟୁନିଟ ୧ ମାର୍କେଟର ଆଳୁ ବ୍ୟବସାୟୀମାନଙ୍କ ସହିତ ଆଲୋଚନା ପରେ କେତେ ଦରରେ ସେମାନେ ଆଳୁ ବିକ୍ରୀ କରିବେ ତାହା ଯୋଗାଣ ବିଭାଗ ଅଧିକାରୀ ଧାର୍ଯ୍ୟ କରିଛନ୍ତି। ଭୁବନେଶ୍ବର ୟୁନିଟ ୧ ମାର୍କେଟର ଆଳୁ ବ୍ୟବସାୟୀ  କିଲୋ ପିଛା ୩୨ ଓ ୩୫ ଟଙ୍କାରେ ଆଳୁ ବିକ୍ରୀ କରିବାକୁ ଯୋଗାଣ ବିଭାଗ ଅଧିକାରୀ ନିର୍ଦେଶ ଦିଆଯାଇଛି।

ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ ଯେ ରାଜ୍ୟ ସରକାରଙ୍କ ପକ୍ଷରୁ କିଲୋଗ୍ରାମ ପ୍ରତି ଆଳୁ ୩୦ ଟଙ୍କାରେ ଖାଉଟିଙ୍କୁ ଦିଆଯିବ। ଆଲୋଚନାସତ୍ତ୍ବେ ପଶ୍ଚିମବଙ୍ଗଳୁ ଆଳୁ ଆସି ପାରୁନାହିଁ। ତେଣୁ ରାଜ୍ୟ ସରକାର ନାଫେଡ ଜରିଆରେ ଆଳୁ ଆଣିବେ। ଦିନକ ପରେ ରାଜ୍ୟକୁ ପର୍ଯ୍ୟାପ୍ତ ପରିମାଣର ଆଳୁ ଆସିଯିବ। ଉଚ୍ଚା ଦରରେ କିଣିଲେ ବି ଲୋକଙ୍କୁ ୩୦ଟଙ୍କାରେ ଆଳୁ ଦେବୁ। ଆଳୁ ଅଭାବ ରହିବନି, ଯେତେ ଆବଶ୍ୟକ ସେତେ ଅଣାଯିବ।

- Advertisement -

ସେ ପୁଣି କହିଥିଲେ ଯେ ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଣିକି ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ।

ଏହାଦ୍ୱାରା ଖାଉଟିମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ। ଏଥି ପାଇଁ ପ୍ରଥମ ପର୍ଯ୍ୟାୟରେ ତିନି ଶହ ମେଟ୍ରିକ ଟନ ଆଳୁ ପାଇଁ ନାଫେଡ ମାଧ୍ୟମରେ ଅର୍ଡର ପ୍ରଦାନ କରାଯାଇଛି। ଏହା ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଉପଲବ୍ଧ ହେବ।

ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ। ବିକ୍ରୟ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ମନ୍ତ୍ରୀ ଶ୍ରୀ ପାତ୍ର ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories