www.samajalive.in
Sunday, December 14, 2025
16.1 C
Bhubaneswar

ପ୍ରମୁଖ ପରିମଳ କର୍ମଚାରୀଙ୍କୁ ୧୦ ଲକ୍ଷ ବୀମା

ଭୁବନେଶ୍ବର: ପରିମଳ କର୍ମଚାରୀଙ୍କ ସୁରକ୍ଷା ଓ ସମ୍ମାନ ପ୍ରତି ଆମର ପ୍ରତିଶ୍ରୁତିବଦ୍ଧତା ରହିଛି। ସେମାନଙ୍କୁ ନ୍ୟାୟ, ସୁରକ୍ଷା ଓ ମର୍ଯ୍ୟାଦା ପ୍ରଦାନ କରିବା ହେଉଛି ଆମର ନୈତିକ ଦାୟିତ୍ବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସଫେଇ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ମୁଖ୍ୟମନ୍ତ୍ରୀ କେତେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି। ପରିମଳ କାର୍ଯ୍ୟରେ ନିୟୋଜିତ ପ୍ରମୁଖ ପରିମଳ କର୍ମଚାରୀ (ସ୍ବରେଜ ଓ ସେଫ୍‌ଟିକ୍ ଟାଙ୍କି ସଫେଇ କର୍ମଚାରୀ)ଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଜୀବନବୀମା, କର୍ମକ୍ଷେତ୍ରରେ ଜୀବନହାନି ପାଇଁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ, ପ୍ରମୁଖ ପରିମଳ କର୍ମୀଙ୍କୁ ମୋବାଇଲ ଫୋନ ପ୍ରଦାନ, ପ୍ରଧାନମନ୍ତ୍ରୀ ଆବାସ(ସହରୀ) ଯୋଜନାରେ ବାସଗୃହ ଏବଂ ପରିମଳ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ପାଇଁ ଅଗଷ୍ଟ ୧୫ରୁ ୩୦ ତାରିଖ ପର୍ଯ୍ୟନ୍ତ ୧୫ ଦିନିଆ ରାଜ୍ୟବ୍ୟାପୀ ଆଇଇସି କାର୍ଯ୍ୟକ୍ରମ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହିତ ପ୍ରତିବର୍ଷ ଓଡ଼ିଶାରେ ଏ ସମ୍ପର୍କିତ ଜାତୀୟ କର୍ମଶାଳା ଆୟୋଜନ କରାଯିବ ବୋଲି କହିଛନ୍ତି।
ଲୋକସଭା ଭବନର କନ୍‌ଭେନ୍‌ସନ୍‌ ସେଣ୍ଟରରେ ଆୟୋଜିତ ଏକ ଦୁଇଦିନିଆ ଜାତୀୟ କର୍ମଶାଳାର ଶୀର୍ଷକ ‘ପ୍ରମୁଖ ପରିମଳ କାର୍ଯ୍ୟର ରୂପାନ୍ତରୀକରଣ- ସୁରକ୍ଷା, ସମ୍ମାନ ଓ ସମାବେଶନ’କୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରି ଉପରୋକ୍ତ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ୭ଟି ରାଜ୍ୟ ଏବଂ ଓଡ଼ିଶାର ବିଭିନ୍ନ ଜିଲାରୁ ଆସିଥିବା ସରକାରୀ ଅଧିକାରୀ ଓ ସଫେଇ କର୍ମଚାରୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ, ଆମ ଜଗନ୍ନାଥ ସଂସ୍କୃତିରେ ସ୍ବଚ୍ଛତା ବିଷୟରେ ମଧ୍ୟ ଦର୍ଶାଯାଇଛି। ରଥଯାତ୍ରା ସମୟରେ ଛେରାପହଁରା ଏହାର ପ୍ରମୁଖ ଉଦାହରଣ। ଓଡ଼ିଶାର ଗରିମା ଯୋଜନା ପରିମଳ କର୍ମଚାରୀଙ୍କ ସୁରକ୍ଷା, ମର୍ଯ୍ୟାଦା ଓ ସାମାଜିକ ସୁରକ୍ଷାକୁ ସୁନିଶ୍ଚିତ କରୁଛି। ଗରିମା ଯୋଜନା ଜାତୀୟ ପରିମଳ ଲକ୍ଷ୍ୟକୁ ପୂରଣ କରିବା ସହିତ ଅନେକ ରାଜ୍ୟ ପାଇଁ ପ୍ରେରଣାଦାୟୀ ହୋଇଛି। ରାଜ୍ୟର ୧୧୫ଟି ସହରର ୧୦ ହଜାରରୁ ଅଧିକ ପରିମଳ କର୍ମଚାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ କୁଶଳୀ ଓ ଅତିକୁଶଳୀ କର୍ମଚାରୀ ଭାବେ ସ୍ୱୀକୃତି ପ୍ରଦାନ କରାଯାଇଛି।
ଏହି ଅବସରରେ କର୍ମଶାଳା ପରିସରରେ ଆୟୋଜିତ ପରିମଳ କାର୍ଯ୍ୟ ସମ୍ପର୍କିତ ଆଧୁନିକ ଉପକରଣ ଏବଂ ସୁରକ୍ଷା ଉପକରଣର ପ୍ରଦର୍ଶନୀ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରି ବୁଲି ଦେଖିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରମୁଖ ପରିମଳ କର୍ମୀମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର କହିଥିଲେ ଯେ, ପ୍ରମୁଖ ପରିମଳ କର୍ମଚାରୀମାନେ ହେଉଛନ୍ତି ଆମ ସହରର ଓ ଗ୍ରାମର ଅଦୃଶ୍ୟ ନାୟକ। ଅଧିକାଂଶ ସମୟରେ ସେମାନେ ଅତ୍ୟନ୍ତ ବିପଦପୂର୍ଣ୍ଣ ପରିସ୍ଥିତିରେ କାର୍ଯ୍ୟ ମଧ୍ୟ କରୁଛନ୍ତି। ସେମାନଙ୍କ ଅଧିକାର, ସୁରକ୍ଷା ଓ ସମ୍ମାନକୁ ସୁନିଶ୍ଚିତ କରିବା ଆମ ସମସ୍ତଙ୍କ ଦାୟିତ୍ବ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ ଯେ, ପରିମଳ କ୍ଷେତ୍ରରେ ଆଜି ଓଡ଼ିଶାର ନାଁ ଅଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ପଦକ୍ଷେପ ନିଆଯାଉଛି। କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟର ସଚିବ ଅମିତ ଯାଦବ କହିଲେ ଯେ, ଓଡ଼ିଶା ସରକାର ପରିମଳ କର୍ମଚାରୀଙ୍କ କଲ୍ୟାଣ ପ୍ରତି ପ୍ରତିଶ୍ରୁତିବଦ୍ଧ। ପରିମଳ ବ୍ୟବସ୍ଥା ଆମ ସମସ୍ତଙ୍କ ପାଇଁ ବହୁ ଗୁରୁତ୍ବପୂର୍ଣ୍ଣ। ଅର୍ବାନ ମ୍ୟାନଜମେଣ୍ଟ ସେଣ୍ଟର ପ୍ରତିଷ୍ଠାତା ନିର୍ଦେଶକ ମନ୍ବିତା ବରାଡ଼ି କହିଥିଲେ ଯେ, ଓଡ଼ିଶା ସରକାରଙ୍କ ଗରିମା ଯୋଜନାକୁ ଆଜି ଦେଶର ଅନ୍ୟ ରାଜ୍ୟ ଅନୁସରଣ କରୁଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ସମସ୍ତଙ୍କୁ ସ୍ବାଗତ କରିଥିଲେ ଏବଂ ଅତିରିକ୍ତ ସଚିବ ଦୁର୍ଗେଶ ନନ୍ଦିନୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories