www.samajalive.in
Wednesday, December 10, 2025
23.1 C
Bhubaneswar

ରାଜ୍ୟ ପୁଲିସ ମୁଖ୍ୟାଳୟରେ ଆନ୍ତଃରାଜ୍ୟ ସମନ୍ବୟ ବୈଠକ, ନିର୍ବାଚନ ଆୟୋଗଙ୍କ ନିୟମାବଳୀ ପାଳନ ନେଇ ଆଲୋଚନା

ଭୁବନେଶ୍ବର: ଆସନ୍ତା ମଇ ଓ ଜୁନ ମାସରେ ରାଜ୍ୟରେ ଚାରୋଟି ପର୍ଯ୍ୟାୟରେ ସାଧାରଣ ନିର୍ବାଚନ-୨୦୨୪ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଆଜି କଟକ ସ୍ଥିତ ରାଜ୍ୟ ପୁଲିସ ମୁଖ୍ୟାଳୟ ଠାରେ ଭିଡିଓ କନଫରେନସିଂ ଜରିଆରେ ପଡୋଶୀ ଛତିଶଗଡ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏକ ଆନ୍ତଃରାଜ୍ୟ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ସମେତ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ),  ଆର.କେ. ଶର୍ମା, (ଗୁଇନ୍ଦା) ନିର୍ଦ୍ଦେଶକ, ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା),  ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଅପରେସନ), ଏସ. ଦେବଦତ୍ତ ସିଂ, ଆଇ.ଜି.ପି (ପ୍ରୋଭିଜନିଙ୍ଗ), ଯତିନ୍ଦ୍ର କୋୟଲ, ଆଇ.ଜି.ପି (କାର୍ମିକ),  ଏସ. ପ୍ରବୀଣ କୁମାର, ଆଇ.ଜି.ପି (ଗୁଇନ୍ଦା),  ଅନୁପ ସାହୁ, ଡି.ଆଇ.ଜି.ପି (ଏସଆଇଡବ୍ଲୁ), ଡ଼ଃ ଉମାଶଙ୍କର ଦାଶ, ଏଆଇଜି (ମୁଖ୍ୟାଳୟ)  ବିବେକାନନ୍ଦ ଶର୍ମାଙ୍କ ସମେତ ବିଭିନ୍ନ ରେଞ୍ଜର ଆଇ.ଜି, ଡି.ଆଇ.ଜି ଏବଂ ସୀମାବର୍ତ୍ତି ଜିଲ୍ଲା ଗୁଡିକର ଏସ.ପି ମାନେ ବୈଠକରେ ଉପସ୍ଥିତ ଥିଲେ । ସେହିପରି ଛତିଶଗଡର ଡିଜିପି ଶ୍ରୀ ଅଶୋକ ଯୁନେଜା, ଏଡିଜି (ଅପରେସନ) ଙ୍କ ସମେତ ସୀମାନ୍ତ ଜିଲ୍ଲା ଗୁଡିକର ଏସ.ପି ମାନେ ବୈଠକରେ ଉପସ୍ଥିତ ଥିଲେ ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାରି ହୋଇଥିବା ସମସ୍ତ ନିୟମାବଳୀକୁ ସଠିକ ଭାବେ ପାଳନ କରାଯିବା ଉପରେ ବୈଠକରେ ଆଲୋଚନା ହୋଇଥିଲା।

- Advertisement -

ଉଭୟ ରାଜ୍ୟର ସୀମାନ୍ତ ଜିଲ୍ଲା ଗୁଡିକରେ ଶାନ୍ତିପୂର୍ଣ୍ଣ , ଅବାଧ, ଅପରାଧମୁକ୍ତ ଏବଂ ନିରପେକ୍ଷତାର ସହ ନିର୍ବାଚନ ପରିଚାଳନା କରାଯିବା ସମ୍ପର୍କରେ ବରିଷ୍ଠ ପୋଲିସ ଅଧିକାରୀ ମାନେ ମତବ୍ୟକ୍ତ କରିଥିଲେ। ବିଶେଷ କରି ଓଡିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବରଗଡ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର ସୀମା ପଡୋଶୀ ରାଜ୍ୟ ଛତିଶଗଡ ସହିତ ଲାଗି ରହିଛି।

ଉପରୋକ୍ତ ସୀମାନ୍ତ ଜିଲ୍ଲା ଗୁଡିକରେ ସୀମା ତନଖୀ ଫାଟକରେ କଡାକଡି ଯାଞ୍ଚ, ସଂବେଦନଶୀଳ ସ୍ଥାନ ଗୁଡିକରେ ଯାନବାହନ ଯାଞ୍ଚ, ଅବକାରୀ ଧରପଗଡ, ବେଆଇନ ମାରଣାସ୍ତ୍ର, ବେଆଇନ ମଦ କାରବାର, ବେଆଇନ ନିଶା କାରବାର, ବେଆଇନ ଟଙ୍କା କାରବାର ଉପରେ ରୋକ ଲଗାଯିବା ଉପରେ ସ୍ଵତନ୍ତ୍ର ଯୋଜନା ପ୍ରସ୍ତୁତ କରିବାକୁ ବୈଠକରେ ବିଶଦ ଭାବେ ଆଲୋଚନା ହୋଇଥିଲା। ଧାର୍ଯ୍ୟ ହୋଇଥିବା ନିର୍ବାଚନ ତାରିଖର ୪୮ ଘଣ୍ଟା ପୂର୍ବରୁ ଉଭୟ ରାଜ୍ୟର ସୀମାକୁ ସମ୍ପୂର୍ଣ ଭାବେ ବନ୍ଦ କରାଯାଇ କଡାକଡି ଯାଞ୍ଚ କରାଯିବ ବୋଲି ବୈଠକରେ ମତପ୍ରକାଶ ପାଇଥିଲା।

ଏହାସହ ଉଭୟ ରାଜ୍ୟର ମାଓ ପ୍ରବଣ ଜିଲ୍ଲାଗୁଡିକରେ ନିର୍ବାଚନ ପ୍ରକ୍ରିୟାକୁ ଶୃଙ୍ଖଳିତ ଭାବେ ସମାପ୍ତ କରାଯିବ । ନିର୍ବାଚନ ସମ୍ପର୍କିତ ହିଂସାକୁ ରୋକିବାକୁ ସ୍ଵତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ଏହା ବ୍ଯତୀତ ଉଭୟ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ମଧ୍ୟରେ ଗୁଇନ୍ଦା ତଥ୍ୟ ଆଦାନ ପ୍ରଦାନ, ସାପ୍ତାହିକ ବୈଠକ, ସାଇବର ଅପରାଧ ରୋକିବାକୁ ସ୍ଵତନ୍ତ୍ର ଯୋଜନା, ସଂବେଦନଶୀଳ ସ୍ଥାନ ଓ ପୋଲିଂ ବୁଥଗୁଡିକର ଚିହ୍ନଟ, ୱାରେଣ୍ଟ ଥିବା ଅପରାଧୀ ଏବଂ ଅଭ୍ୟାସଗତ ଅପରାଧୀଙ୍କୁ ଗିରଫ ପାଇଁ ସ୍ଵତନ୍ତ୍ର ପଦକ୍ଷେପ ନିଆଯାଉଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories