www.samajalive.in
Friday, December 5, 2025
26.1 C
Bhubaneswar

ଅନ୍ତର୍ଜାତୀୟ ଯୋଗ ଦିବସ; ଯୋଗ କଲେ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ଯୋଗମୟ ହୋଇଛି ସାରା ଜଗତ । ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସରେ ପ୍ରତିବର୍ଷ ଭଳି ଏଥର ମଧ୍ୟ ଜୁନ୍‍ ୨୧ରେ ସାରା ବିଶ୍ୱରେ ଏହାକୁ ପାଳନ କରାଯାଉଛି । ଏବର୍ଷର ଥିମ୍‍ ରହିଛି ‘ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ । ବିଶାଖାପାଟଣା ବେଳାଭୂମିରେ ଜାତୀୟ ଯୋଗ ଦିବସ ପାଳନରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆରକେ ବିଚ୍‍ ଠାରୁ ଭୋଗପୁରମ ପର୍ଯ୍ୟନ୍ତ ୨୬କିଲୋମିଟର କରିଡରରେ ଅନୁଷ୍ଠିତ ହୋଇଛି ଏହି କାର୍ଯ୍ୟକ୍ରମ । ଯେଉଁଠାରେ ୩ଲକ୍ଷ ଲୋକ ଏଥିରେ ସାମିଲ ହୋଇଥିବା ସୂଚନା ମିଳିଛି ।

ଯୋଗ ଦିବସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସମୟରେ ବଢୁଥିବା ମେଦବହୁଳତା ସମଗ୍ର ବିଶ୍ୱ ପାଇଁ ଏକ ଚ୍ୟାଲେଞ୍ଜ ପାଲଟିଛି । ମନ କି ବାତ୍‍ କାର୍ଯ୍ୟକ୍ରମରେ ଏହି ବିଷୟରେ ପୂର୍ବରୁ କହିଛନ୍ତିୂ ମୋଦୀ । ଯୋଗ ସାରା ବିଶ୍ୱକୁ ଯୋଡିଛି । ଯୋଗକୁ ସାରା ବିଶ୍ୱରୁ ସମର୍ଥନ ମିଳିଛି । ଏହାକୁ ଜନ ଆନ୍ଦୋଳନରେ ସାମିଲ କରିବା ଉଚିତ । ପ୍ରଧାନମନ୍ତ୍ରୀଙ୍କ ସହିତ ଅନ୍ୟ କେନ୍ଦ୍ରମନ୍ତ୍ରୀ ମାନେ ସାମିଲ ହୋଇ ଯୋଗ କରିଥିଲେ ।

- Advertisement -

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories