www.samajalive.in
Tuesday, December 9, 2025
26.1 C
Bhubaneswar

ପିକକ୍ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ପାଟଣା: ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ପିକକ୍ ପକ୍ଷରୁ ଆଜି ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ଅବସରରେ ପାଟଣା ପୁର୍ନବାସ କେନ୍ଦ୍ରପରିସରରେ ବୌଦ୍ଧିକ ଭିନ୍ନକ୍ଷମ ମାନଙ୍କ ପାଇଁ ଚିକିତ୍ସା ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପାଟଣା ବ୍ଲକ ଅଞ୍ଚଳ ରୁ ୩୦ ଜଣ ଭିନ୍ନକ୍ଷମ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ଭାବେ ବ୍ଲକର ଅତିରିକ୍ତ ଶିକ୍ଷାଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ସଚ୍ଚିଦାନନ୍ଦ ସେଠୀ ଓ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସନ୍ତୋଷ କୁମାର ନାଏକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଭିନ୍ନକ୍ଷମ ମାନେ ପ୍ରତ୍ୟେକ କ୍ଷେତ୍ରରେ ସକ୍ଷମ ବୋଲି ମତ ପ୍ରକାଶ କରିବା ସହ ସେମାନଙ୍କୁ ଉତ୍ସାହିତ କରିଥିଲେ । ପିକକ୍ ର କାର୍ଯ୍ୟକ୍ରମ ପରିଚାଳକ ଜ୍ୟୋତି ଶଙ୍କର ମହାନ୍ତି ପୁନର୍ବାସ କେନ୍ଦ୍ର ସ୍ଥାପନ ର ଲକ୍ଷ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ପିକକ୍ ଜିଲ୍ଲା ସଂଯୋଜକ ସତ୍ୟନାରାୟଣ ମହାନ୍ତ ସଭା ପରିଚାଳନା କରିଥିଲେ । ସ୍ବତନ୍ତ୍ର ଶିକ୍ଷକ ଅମର ରାଉତ,ଶାରୀରିକ ବ୍ୟାୟାମ ଚିକିତ୍ସକ ଦେବଦତ୍ତ ବାରିକ, ଦୌପଦୀ ବେଜ, ରେବତୀ ମହାନ୍ତ ଓ ସନ୍ଧ୍ୟାରାଣୀ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories