www.samajalive.in
Sunday, December 7, 2025
18.1 C
Bhubaneswar

ଅନ୍ତର୍ଜାତୀୟ ବାଳିକା ଦିବସ ପାଳିତ

ପିପିଲି : ରାଜ୍ୟ ସରକାରଙ୍କ ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ତଥା ‘ଓସେପା’ଙ୍କ ନିର୍ଦ୍ଦେଶ କ୍ରମେ ପିପିଲି ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଅନ୍ତର୍ଜାତୀୟ ବାଳିକା ଦିବସ ବୁଧବାର ପାଳିତ ହୋଇଯାଇଛି । ଏହି ଅବସରରେ ଗୋବିନ୍ଦପୁର କ୍ଲଷ୍ଟର ଅନ୍ତର୍ଗତ ନୀଳକଣ୍ଠ ନୋଡାଲ ୟୁପି ସ୍କୁଲର ପ୍ରଧାନ ଶିକ୍ଷକ ରବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ କ୍ଲଷ୍ଟର ସିଆର୍‌‌ସିସି ଚିନ୍ତାମଣୀ ଓଝା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁକନ୍ୟା ପ୍ରତି ହେଉଥିବା ହିଂସା, ଅବହେଳା, ବାଲ୍ୟବିବାହ ଓ ଭୃଣହତ୍ୟା ପ୍ରତି ସଚେତନତା ବ୍ୟକ୍ତ କରିବା ସହ କନ୍ୟାକୁ ରତ୍ନ ସହ ତୁଳନା କରିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସହକାରୀ ଶିକ୍ଷୟିତ୍ରୀ ଅଞ୍ଜଳୀ ମହାନ୍ତି, କନକଲତା ତ୍ରିପାଠୀ ପ୍ରମୁଖ ବାଳିକା ଦିବସ ପାଳନର ଉଦ୍ଦେଶ୍ୟ ସଂପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ବାଲ୍ୟ ବିବାହ ବନ୍ଦ ପାଇଁ ଉପସ୍ଥିତ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ଦ୍ୱାରା ଶପଥ ପାଠ କରାଯାଇଥିଲା । ଛାତ୍ରଛାତ୍ରୀମାନେ ହାତରେ ବିଭିନ୍ନ ପ୍ଲାକାର୍ଡ ଧରି ଗ୍ରାମ ପରିକ୍ରମା କରିବା ସହ ସଚେତନତା ବାର୍ତ୍ତା ବାଣ୍ଟିଥିଲେ । ପରେ ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀମାନେ ବାଳିକା ଶିକ୍ଷା ସଚେତନତା ପାଇଁ ସୁନ୍ଦର ନୃତ୍ୟ ପରିବେଷଣ କରିଥିଲେ। ସହକାରୀ ଶିକ୍ଷୟିତ୍ରୀ ସୁନିତା ନାୟକ, ଦୟାନିଧି ଷଡଙ୍ଗୀ, ପ୍ରକାଶିନୀ ବ୍ରହ୍ମା, କବିତା ମହାପାତ୍ର, ବିସ୍ମିତା ମହାନ୍ତି, ସସ୍ମିତା ବେହେରା ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ସେହିପରି ଗୋବିନ୍ଦପୁର ନୋଡାଲ ୟୁପି ସ୍କୁଲ, ହରିଅନ୍ତା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଆରୁହା ୟୁଜିୟୁପି ସ୍କୁଲ, ଅଡଙ୍ଗପଡା ପ୍ରାଥମିକ ବିଦ୍ୟାଳୟ, କଣ୍ଟାପଡା ପ୍ରାଥମିକ ବିଦ୍ୟାଳୟ, ବାଲୁଙ୍କେଶ୍ୱର ୟୁପି ସ୍କୁଲ, ସିଉଳା ପ୍ରାଥମିକ ବିଦ୍ୟାଳୟ, କୁଞ୍ଜର ପ୍ରାଥମିକ ବିଦ୍ୟାଳୟ, ତଲଉ ପ୍ରାଥମିକ ବିଦ୍ୟାଳୟ, ଗୋବିନ୍ଦପୁର ହାଇସ୍କୁଲ, ବାଲୁଙ୍କେଶ୍ୱର ଉଚ୍ଚ ବିଦ୍ୟାପୀଠରେ ମଧ୍ୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories