www.samajalive.in
Wednesday, December 10, 2025
15.1 C
Bhubaneswar

ସଂଗ୍ରହାଳୟ ହେଉଛି ଆମ ଗୌରବମୟ ଇତିହାସ ସହିତ ସମ୍ପୃକ୍ତ ହେବାର ଏକ ବଳିଷ୍ଠ ମାଧ୍ୟମ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଅନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ ପାଳିତ ହୋଇଯାଇଛି। ଅନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ ଅବସରରେ ରାଜ୍ୟ ସଂଗ୍ରହାଳୟରେ “ସମାଜର ଦୃତ ପରିବର୍ତ୍ତନରେ ସଂଗ୍ରହାଳୟର ଭବିଷ୍ୟତ” ଶୀର୍ଷକ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା।

ଆଲୋଚନା ଚକ୍ରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଦେବ ପ୍ରସାଦ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ କହିଥିଲେ ଯେ, ସଂଗ୍ରହାଳୟ ହେଉଛି ଆମ ଗୌରବମୟ ଇତିହାସ ସହିତ ସମ୍ପୃକ୍ତ ହେବାର ଏକ ବଳିଷ୍ଠ ମାଧ୍ୟମ। ଆମ ସଭ୍ୟତା, ସାହିତ୍ୟ ଓ ସଂସ୍କୃତି ସହ ସଂଗ୍ରହାଳୟ ଆମକୁ ପରିଚିତ କରାଇଥାଏ।

- Advertisement -

ସମ୍ମାନିତ ଅତିଥି ଭାବରେ ଏଏସ.ଆଇର ଅବସରପ୍ରାପ୍ତ ଅଧିକ୍ଷଣ ପ୍ରତ୍ନତତ୍ତ୍ୱବିତ୍ ଡ଼. ଜୀବନ କୁମାର ପଟ୍ଟନାୟକ ଏବଂ ଆଞ୍ଚଳିକ ପ୍ରାକୃତିକ ବିଜ୍ଞାନ ସଂଗ୍ରହାଳୟର ପ୍ରଭାରି ବୈଜ୍ଞାନିକ ଶ୍ରୀ ଗୌରବ ଯୋଗଦେଇଥିଲେ।

ଆଜିର ଆଲୋଚନା ଚକ୍ରରେ ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡ଼. ଚନ୍ଦ୍ର ଶେଖର ହୋତା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପନିର୍ଦ୍ଦେଶକ ସୁଶ୍ରୀ ଦେବଯାନୀ ଭୂୟାଁ ଉପସ୍ଥିତ ଥିଲେ। ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ଅଧିକ୍ଷକ ହଳଧର ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories