www.samajalive.in
Sunday, December 7, 2025
23.1 C
Bhubaneswar

ଅନ୍ତର୍ଜାତୀୟ ଯୁବ ଦିବସ

ଯୁବଶକ୍ତିର ବିକାଶ ପାଇଁ ପ୍ରତିବର୍ଷ ଅଗଷ୍ଟ ୧୨ରେ ଅନ୍ତର୍ଜାତୀୟ ଯୁବ ଦିବସ ପାଳନ କରାଯାଉଛି। ଯୁବକମାନଙ୍କ ସମସ୍ୟା ଓ ସେମାନଙ୍କ ଆବଶ୍ୟକତା ଉପରେ ଧ୍ୟାନ ଆକର୍ଷଣ କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ୧୯୯୯ରେ ଜାତିସଂଘର ସାଧାରଣ ପରିଷଦ ଅନ୍ତର୍ଜାତୀୟ ଯୁବ ଦିବସ ପ୍ରସ୍ତାବ ସ୍ବୀକାର କରିଥିଲା। ୧୨ ଅଗଷ୍ଟ ୨୦୦୦ରେ ପ୍ରଥମେ ଏହି ଦିବସ ପାଳନ କରାଯାଇଥିଲା। ଭାରତରେ ବିଶ୍ୱର ସବୁଠୁ ବଡ ଯୁବଶକ୍ତି ଅର୍ଥାତ ୩୫ ବର୍ଷ ବୟସରୁ କମ୍‌ ୬୫ କୋଟି ଯୁବକ ରହିଛନ୍ତି। ଫଳରେ ଆମ ଦେଶରେ ବିପୁଳ ଶ୍ରମଶକ୍ତି ଉପଲବ୍ଧ। ଦେଶର ଯୁବଶକ୍ତିକୁ ଉଚିତ ମାର୍ଗଦର୍ଶନ କରି ବିକାଶରେ ଭାଗୀଦାରି କରାଯାଇପାରିଲେ ବିକଶିତ ରାଷ୍ଟ୍ର ହେବାକୁ ଆମକୁ ବେଶି ସମୟ ଲାଗିବନି। ଯୁବକଙ୍କ ଲାଗି ଉତ୍ତମ ସଂସ୍କାର,ଶିକ୍ଷା, ସଶକ୍ତିକରଣ ଲୋଡା। ସେମାନେ ବିଭିନ୍ନ କ୍ଷେତ୍ରରେ ସ୍ବାବଲମ୍ବୀ ହୋଇପାରିଲେ ଦେଶ ସ୍ବାବଲମ୍ବୀ ହେବ। ସେମାନଙ୍କଠାରେ ଥିବା ଅସୀମ ସମ୍ଭାବନାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ଏହି ଦିବସ ସ୍ମରଣ କରିଦିଏ। ୨୦୩୦ ସୁଦ୍ଧା ଯୁବଶକ୍ତି ପାଇଁ ସ୍ବାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଅଣାଯାଇପାରିଲେ ବିଶ୍ୱର ସାମଗ୍ରିକ ବିକାଶ ଲକ୍ଷ୍ୟ ପୂରଣ ହୋଇପାରିବ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories