www.samajalive.in
Friday, December 12, 2025
16.1 C
Bhubaneswar

ସୃଜନଶୀଳତା, ସ୍ୱଚ୍ଛତା ଓ ସୁପ୍ରଶାସନ ଦିଗରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର: ନୂତନ ଭାବେ ଯୋଗଦେଇଥିବା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକରେ ଯୋଗଦାନ କରିଥିଲେ। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ୱାଗତ ଅଭିଭାଷଣ ପ୍ରଦାନ କରି ନୂତନ ମୁଖ୍ୟ ଶାସନ ସଚିବଙ୍କ ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ସଂପର୍କରେ ଆଲୋକପାତ କରିଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କହିଥିଲେ ଯେ, ଓଡ଼ିଶାରେ ପ୍ରଶାସନିକ ବ୍ୟବସ୍ଥାର ସୁନାମ ରହିଛି।  ନବ ଗଠିତ ସରକାରଙ୍କ ନିର୍ବାଚନ ଇସ୍ତାହାରକୁ ଆଖି ଆଗରେ ରଖି ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମଗୁଡିକର କାର୍ଯ୍ୟାନ୍ୱୟନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ସମସ୍ତ ସରକାରୀ ଯୋଜନାର କାର୍ଯ୍ୟକାରିତା ପାଇଁ ଯେପରି ଫଳପ୍ରଦ ପ୍ରୟାସ ରହିବ, ସେ ସଂପର୍କରେ ସେ ବହୁ ଗଠନମୂଳକ ପରାମର୍ଶ ଦେଇଥିଲେ।

- Advertisement -

ବୈଠକରେ ଆଗାମୀ ବଜେଟ୍ ଉପସ୍ଥାପନ, ପୁରୀ ରଥଯାତ୍ରାର ସୁପରିଚାଳନା,ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆନୁଷଙ୍ଗିକ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା। ବିଭିନ୍ନ ବିଭାଗର କାର୍ଯ୍ୟରେ ଯୋଜନା ଓ କାର୍ଯ୍ୟକ୍ରମର କାର୍ଯ୍ୟକାରିତାରେ ଛୋଟ ଛୋଟ ସମସ୍ୟା ରହୁଥିଲେ କାର୍ଯ୍ୟକୁ ବିଳମ୍ବିତ ନକରି ଶୀଘ୍ର ଶେଷ କରାଯିବା, କାର୍ଯ୍ୟରେ ସୃଜନଶୀଳତା, ସ୍ୱଚ୍ଛତା ଓ ସୁପ୍ରଶାସନ ଦିଗରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ଗୁରୁତ୍ୱାରୋପ କରିଛନ୍ତି।

ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା କରିଥିଲେ।  ସଚିବମାନେ ବିଭିନ୍ନ କାର୍ଯ୍ୟରେ ଅଭିନବତ୍ୱ ଆଣିବା, ବୈଷୟିକ ଜ୍ଞାନ କୌଶଳର ଉପଯୋଗ ଏବଂ ଉତ୍ତରଦାୟିତ୍ୱ  ପ୍ରତି ସେ ଗୁରୁତ୍ୱାରୋପ କରିଥିଲେ। ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ସମସ୍ତ ସଚିବ ମାନଙ୍କର ସହଯୋଗ କାମନା କରିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories