ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଗୁରୁବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରାଯାଇଛି। ଆସନ୍ତା ଜାନୁଆରୀ ୧୭ରେ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବ ପାଇଁ ପ୍ରଥମ ନିମନ୍ତ୍ରଣ ପତ୍ର ମହାପ୍ରଭୁଙ୍କ ଶ୍ରୀଚରଣରେ ଅର୍ପଣ କରାଯାଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମ୍ପର୍କିତ ନିମନ୍ତ୍ରଣ ପତ୍ରକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସ, ପରିଚାଳଚନା କମିଟିର ୫ ଜଣ ପ୍ରତିନିଧିଙ୍କ ସମେତ ବରିଷ୍ଠ ସେବାୟତମାନେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ଶ୍ରୀମନ୍ଦିରକୁ ନେଇ ମହାପ୍ରଭୁଙ୍କ ଶ୍ରୀଚରଣରେ ଅର୍ପଣ କରିଛନ୍ତି। ପାଟ ପଟୁଆରରେ ଜଗନ୍ନାଥଙ୍କ ପାଖକୁ ଏହି ନିମନ୍ତ୍ରଣ ପତ୍ର ଯାଇଥିଲା। ମହାପ୍ରଭୁଙ୍କ ପରେ ପ୍ରଭୁ ନୃସିଂହ, ମା’ ବିମଳା, ମା’ ମଙ୍ଗଳା ଓ ଶେଷରେ ପଞ୍ଚୁ ପାଣ୍ଡବଙ୍କୁ ନିମନ୍ତ୍ରଣ କରାଯାଇଛି।
Popular Categories



