www.samajalive.in
Sunday, December 14, 2025
16.1 C
Bhubaneswar

ଆଇପିଏଲ୍ କ୍ରିକେଟ୍ – ଆଜି ଚେନ୍ନାଇ ସୁପର କିଙ୍ଗସ – ଗୁଜରାଟ ଟାଇଟନ୍ସ ମୁହାଁମୁହିଁ

ଡେସ୍କ: ବେଙ୍ଗାଲୁରୁର ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ୍ କ୍ରିକେଟ୍ ମ୍ୟାଚରେ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୪ ୱିକେଟରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୧୯.୨ ଓଭରରେ ୬ ୱିକେଟ୍ ହରାଇ ୧୭୮ ରନ୍ କରି ୧୭୭ ରନର ଲକ୍ଷ୍ୟ ହାସଲ କରିଥିଲା। ବାଙ୍ଗାଲୋର ପକ୍ଷରୁ ବିରାଟ କୋହଲି ୪୯ ବଲରେ ୭୭ ରନ୍ କରିଥିବା ବେଳେ ଦିନେଶ କାର୍ତ୍ତିକ ୧୦ ବଲରେ ୨୮ ରନ୍ କରିଥିଲେ।

ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ପଞ୍ଜାବ କିଙ୍ଗ୍ସ ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ୍ ହରାଇ ୧୭୬ ରନ୍ କରିଥିଲା। ଅଧିନାୟକ ଶିଖର ଧାୱନ ୩୭ ବଲରୁ ସର୍ବାଧିକ ୪୫ ରନ୍ କରିଥିଲେ। ବାଙ୍ଗାଲୋର ପକ୍ଷରୁ ଗ୍ଲେନ ମ୍ୟାକ୍ସୱେଲ ଓ ମହମ୍ମଦ ସିରାଜ ୨ଟି ଲେଖାଏଁ ୱିକେଟ୍ ନେଇଥିଲେ। ବିରାଟ କୋହଲି ମ୍ୟାଚର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ।

- Advertisement -

ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଆଜିର ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ ଓ ଗୁଜରାଟ ଟାଇଟନ୍ସ ମୁହାଁମୁହିଁ ହେବେ। ମ୍ୟାଚ୍ ସନ୍ଧ୍ୟା ସାଢ଼େ ୭ଟାରୁ ଆରମ୍ଭ ହେବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories