www.samajalive.in
Sunday, December 7, 2025
26.1 C
Bhubaneswar

ଆଇପିଏଲ୍ କ୍ରିକେଟ୍ – ଆଜି ଚେନ୍ନାଇ ସୁପର କିଙ୍ଗସ – ଗୁଜରାଟ ଟାଇଟନ୍ସ ମୁହାଁମୁହିଁ

ଡେସ୍କ: ବେଙ୍ଗାଲୁରୁର ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ୍ କ୍ରିକେଟ୍ ମ୍ୟାଚରେ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୪ ୱିକେଟରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୧୯.୨ ଓଭରରେ ୬ ୱିକେଟ୍ ହରାଇ ୧୭୮ ରନ୍ କରି ୧୭୭ ରନର ଲକ୍ଷ୍ୟ ହାସଲ କରିଥିଲା। ବାଙ୍ଗାଲୋର ପକ୍ଷରୁ ବିରାଟ କୋହଲି ୪୯ ବଲରେ ୭୭ ରନ୍ କରିଥିବା ବେଳେ ଦିନେଶ କାର୍ତ୍ତିକ ୧୦ ବଲରେ ୨୮ ରନ୍ କରିଥିଲେ।

ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ପଞ୍ଜାବ କିଙ୍ଗ୍ସ ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ୍ ହରାଇ ୧୭୬ ରନ୍ କରିଥିଲା। ଅଧିନାୟକ ଶିଖର ଧାୱନ ୩୭ ବଲରୁ ସର୍ବାଧିକ ୪୫ ରନ୍ କରିଥିଲେ। ବାଙ୍ଗାଲୋର ପକ୍ଷରୁ ଗ୍ଲେନ ମ୍ୟାକ୍ସୱେଲ ଓ ମହମ୍ମଦ ସିରାଜ ୨ଟି ଲେଖାଏଁ ୱିକେଟ୍ ନେଇଥିଲେ। ବିରାଟ କୋହଲି ମ୍ୟାଚର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ।

- Advertisement -

ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଆଜିର ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ ଓ ଗୁଜରାଟ ଟାଇଟନ୍ସ ମୁହାଁମୁହିଁ ହେବେ। ମ୍ୟାଚ୍ ସନ୍ଧ୍ୟା ସାଢ଼େ ୭ଟାରୁ ଆରମ୍ଭ ହେବ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories